Posted inଖେଳ

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର ଅଫ୍‌ ହାଇ ପର୍‌ଫର୍ମାନ୍ସ ଗ୍ରାହାମ ଓ୍ବେଷ୍ଟ ଏହା ସ୍ପଷ୍ଟ କରିଛନ୍ତି। ଏଥିସହିତ ପଲ ଷ୍ଟର୍ଲିଙ୍ଗ ଆୟର୍ଲାଣ୍ଡ ଟି୨୦ ଦଳର ଅଧିନାୟକ ପଦରୁ ଓହରି ଯାଇଥିବା ସେ ଘୋଷଣା କରିଛନ୍ତି।

ଆଗାମୀ ଆଇପିଏଲ୍‌ ଶେଷ ହେବା ପରେ ଭାରତୀୟ ଦଳ ଆଫଗାନିସ୍ତାନ ବିପକ୍ଷରେ ଏକମାତ୍ର ଟେଷ୍ଟ ଓ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବ। ଏହି ସିରିଜ ଜୁନ ୨୦ ତାରିଖରେ ଶେଷ ହେବ। ଏହାପରେ ଭାରତ ୫ ଟି୨୦ ଓ ୩ ଦିନିକିଆ ମ୍ୟାଚ୍‌ ଖେଳିବା ଲାଗି ଇଂଲଣ୍ଡ ଟୁର କରିବ। ଏହି ଟୁରରେ ଆୟର୍ଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ମଧ୍ୟ ସାମିଲ ରହିଛି।

ଭାରତ ଗତ ୭ ବର୍ଷ ମଧ୍ୟରେ ୩ ଥର ପାଇଁ ୨୦୧୩, ୨୦୨୨ ଓ ୨୦୧୮ରେ ଆୟର୍ଲାଣ୍ଡ ଟୁର କରିବାକୁ ଯାଉଛି। ୨୦୨୮ରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଯୋଗ୍ୟତା ଉପରେ ଧ୍ୟାନ ଦିଆଯାଉଥିବା ବେଳେ ଷ୍ଟର୍ଲିଂ ଟି୨୦ ଅଧିନାୟକ ପଦରୁ ଓହରି ଯାଇଛନ୍ତି। ଏଥିଯୋଗୁ ଦଳକୁ ନୂଆ ଅଧିନାୟକ ଓ ନୂଆ ଷ୍ଟ୍ରାଟେଜୀ ଦରକାର। ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଆୟର୍ଲାଣ୍ଡ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଷ୍ଟର୍ଲିଂ ଦଳର ନେତୃତ୍ୱ ଛାଡ଼ିଛନ୍ତି। ହେଲେ ସେ ଦିନିକିଆ ଫର୍ମାଟରେ ଦଳର ନେତୃତ୍ୱ ନେବା ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri