Posted inଖେଳ

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ୯୨ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଟିମ ଇଣ୍ଡିଆ ଟେଷ୍ଟ ଇନିଂସରେ ବିଜୟ ଏବଂ ପରାଜୟର ମାର୍ଜିନରେ ଏକ ବଡ଼ ପରିବର୍ତ୍ତନ କରିଛି। ଏହି ବିଜୟରେ ରବିଚନ୍ଦ୍ରନ ଅଶ୍ୱିନ, ଶୁଭମାନ ଗିଲ ଏବଂ ଜସପ୍ରୀତ ବୁମ୍‌ରା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।

ଏହି ଟେଷ୍ଟ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୩୭୬ ରନ କରିଥିଲା। ଏହାପରେ ଦ୍ୱିତୀୟ ପାଳିରେ ବାଂଲାଦେଶ ୧୪୯ ରନ କରି ଅଲ ଆଉଟ ହୋଇ ଯାଇଥିଲା। ଦ୍ୱିତୀୟ ଇନିଂସରେ ଭାରତ ୪ ଉଇକେଟ୍‌ ହରାଇ ୨୮୭ ରନ କରି ପାଳି ଘୋଷଣା କରିବା ପରେ ବାଂଲାଦେଶ ଆଗରେ ୫୧୫ ରନର ଟାର୍ଗେଟ ରହିଥିଲା। ହେଲେ ବାଂଲାଦେଶ ୨୩୪ ରନ୍‌ କରି ଅଲଆଉଟ୍‌ ହୋଇଯାଇଛି।

ସି.କେ ନାଇଡୁଙ୍କ ନେତୃତ୍ୱରେ ୧୯୩୨ରେ ଭାରତ ଖେଳିଥିଲା ପ୍ରଥମ ଟେଷ୍ଟ ମ୍ୟାଚ। ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ଏହି ମ୍ୟାଚ ଖେଳିଥିବା ଭାରତ ୧୫୮ ରନ୍ରେ ପରାସ୍ତ ହୋଇଥିଲା। ତା’ପରଠାରୁ ଟେଷ୍ଟ କ୍ରିକେଟରେ କେବେ ବି ଭାରତୀୟ ଦଳର ‘ବିଜୟୀ ମ୍ୟାଚ’ ସଂଖ୍ୟା ‘ପରାଜିତ ମ୍ୟାଚ’ ସଂଖ୍ୟାଠାରୁ ଅଧିକ ରହି ନଥିଲା।

ଆଜି ବାଂଲାଦେଶକୁ ପରାସ୍ତ କରି ଭାରତ ତା’ର ୧୭୯ତମ ଟେଷ୍ଟ ମ୍ୟାଚ ଜିତିଛି। ଦଳ ଏଯାଏ ୫୮୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ବେଳେ ସେଥିରୁ ୧୭୯ଟିରେ ବିଜୟ ହାସଲ କରିଛି ଓ ୧୭୮ଟିରେ ପରାଜିତ ହୋଇଛି। ସେହିପରି ୨୨୨ଟି ମ୍ୟାଚ ଡ୍ର’ ହୋଇଥିବା ବେଳେ ଗୋଟିଏ ଟାଏ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?