Posted inଖେଳ

ବାରବାଟୀରେ ସିରିଜ୍‌ କବ୍‌ଜା କଲା ଟିମ୍‌ ଇଣ୍ଡିଆ

କଟକ,୯।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ଭାରତ ୪ ଉଇକେଟରେ ବିଜୟୀ ହୋଇ ସିରିଜ କବ୍‌ଜା କରିଛି। ଫଳରେ ୨-୦ରେ ସିରିଜ୍‌ ଅଗ୍ରଣୀ ରହିଛି।

ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ ହରାଇ ୩୦୪ ରନ୍‌ର ବିଶାଳ ସ୍କୋର ଛିଡା କରିଥିଲା। ଫଳରେ ଭାରତ ଆଗରେ ୩୦୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା ଇଂଲଣ୍ଡ। ଜବାବରେ ଭାରତ ୪୪.୩ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଭାରତ ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡକୁ ନାଗପୁରରେ ୪ ଉଇକେଟରେ ପରାସ୍ତ କରିଥିଲା। ଚଳିତ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବ।

ଭାରତର ଅଧିନାୟକ ରୋହିତ ଶର୍ମା ଏବଂ ଶୁବ୍‌ମନ ଗିଲ୍‌ ଇନିଂସ ଆରମ୍ଭ କରିଥିଲେ। ଉଭୟ ପ୍ରଥମ ଉଇକେଟ ପାଇଁ ୧୩୬ ରନ୍‌ ସଂଗ୍ରହ କରିଥିଲେ। ଶୁବମନ୍‌ ୬୦ ରନ୍‌ କରିଥିଲେ। ସେ ୫୨ଟି ବଲ ଖେଳି ୯ଟି ଚୌକା ଓ ଗୋଟିଏ ଛକା ମାରିଥିଲେ। ପରେ ବିରାଟ କୋହଲି ପଡ଼ିଆକୁ ଆସି ଦର୍ଶକଙ୍କୁ ନିରାଶ କରିଥିଲେ। ସେ ମାତ୍ର ୮ଟି ବଲ ଖେଳି ୫ ରନ୍‌ କରିଥିଲେ।

ହେଲେ ଅଧିନାୟକ ରୋହିତ ଶର୍ମା ବିସ୍ଫୋରକ ବ୍ୟାଟିଂ କରି ୯୦ଟି ବଲ ଖେଳି ୧୧୯ ରନ୍‌ର ଶତକୀୟ ଇନିଂସ୍‌ ଖେଳି ଭାରତର ବିଜୟ ପଥ ପରିସ୍କାର କରିଥିଲେ। ୧୨ଟି ଚୌକା ସହ ୭ଟି ଛକା ମାରିଥିଲେ। ଏହା ତାଙ୍କର ୩୨ତମ ଦିନିକିଆ ଅନ୍ତର୍ଜାତୀୟ ଶତକ।

ଅକ୍ଷର ପଟେଲଙ୍କ ସହିତ ଏକ ଭୁଲ ବୁଝାମଣା ଯୋଗୁ ଶ୍ରେୟସ ଆୟର ରନ୍‌ ଆଉଟ ହୋଇଯାଇଥିଲେ। ଅକ୍ଷର ୪୭ଟି ବଲ ଖେଳି ୩ଟି ଚୌକା ଓ ଗୋଟିଏ ଛକା ବଳରେ ୪୪ ରନ୍‌ କରିଥିଲେ। କେଏଲ୍‌ ରାହୁଲ ୧୪ଟି ବଲ ସାମ୍ନା କରି ୧୦ ରନ୍‌ ସଂଗ୍ରହ କରିଥିଲେ। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ୧୦ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଶେଷରେ ରବିନ୍ଦ୍ର ଜାଡେଜା ଏବଂ ଅକ୍ଷର ପଟେଲ ଧୈର୍ଯ୍ୟର ସହ ବ୍ୟାଟିଂ କରି ଭାରତକୁ ବିଜୟୀ କରାଇଥିଲେ। ଅକ୍ଷର ୪୧ ରନ୍‌ କରି ନଟ୍‌ଆଉଟ ରହିଥିଲେ। ଜାଡେଜା ୧୧ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri