Posted inଖେଳ

ବାରବାଟୀରେ ସିରିଜ୍‌ କବ୍‌ଜା କଲା ଟିମ୍‌ ଇଣ୍ଡିଆ

କଟକ,୯।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ଭାରତ ୪ ଉଇକେଟରେ ବିଜୟୀ ହୋଇ ସିରିଜ କବ୍‌ଜା କରିଛି। ଫଳରେ ୨-୦ରେ ସିରିଜ୍‌ ଅଗ୍ରଣୀ ରହିଛି।

ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ ହରାଇ ୩୦୪ ରନ୍‌ର ବିଶାଳ ସ୍କୋର ଛିଡା କରିଥିଲା। ଫଳରେ ଭାରତ ଆଗରେ ୩୦୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା ଇଂଲଣ୍ଡ। ଜବାବରେ ଭାରତ ୪୪.୩ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଭାରତ ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡକୁ ନାଗପୁରରେ ୪ ଉଇକେଟରେ ପରାସ୍ତ କରିଥିଲା। ଚଳିତ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବ।

ଭାରତର ଅଧିନାୟକ ରୋହିତ ଶର୍ମା ଏବଂ ଶୁବ୍‌ମନ ଗିଲ୍‌ ଇନିଂସ ଆରମ୍ଭ କରିଥିଲେ। ଉଭୟ ପ୍ରଥମ ଉଇକେଟ ପାଇଁ ୧୩୬ ରନ୍‌ ସଂଗ୍ରହ କରିଥିଲେ। ଶୁବମନ୍‌ ୬୦ ରନ୍‌ କରିଥିଲେ। ସେ ୫୨ଟି ବଲ ଖେଳି ୯ଟି ଚୌକା ଓ ଗୋଟିଏ ଛକା ମାରିଥିଲେ। ପରେ ବିରାଟ କୋହଲି ପଡ଼ିଆକୁ ଆସି ଦର୍ଶକଙ୍କୁ ନିରାଶ କରିଥିଲେ। ସେ ମାତ୍ର ୮ଟି ବଲ ଖେଳି ୫ ରନ୍‌ କରିଥିଲେ।

ହେଲେ ଅଧିନାୟକ ରୋହିତ ଶର୍ମା ବିସ୍ଫୋରକ ବ୍ୟାଟିଂ କରି ୯୦ଟି ବଲ ଖେଳି ୧୧୯ ରନ୍‌ର ଶତକୀୟ ଇନିଂସ୍‌ ଖେଳି ଭାରତର ବିଜୟ ପଥ ପରିସ୍କାର କରିଥିଲେ। ୧୨ଟି ଚୌକା ସହ ୭ଟି ଛକା ମାରିଥିଲେ। ଏହା ତାଙ୍କର ୩୨ତମ ଦିନିକିଆ ଅନ୍ତର୍ଜାତୀୟ ଶତକ।

ଅକ୍ଷର ପଟେଲଙ୍କ ସହିତ ଏକ ଭୁଲ ବୁଝାମଣା ଯୋଗୁ ଶ୍ରେୟସ ଆୟର ରନ୍‌ ଆଉଟ ହୋଇଯାଇଥିଲେ। ଅକ୍ଷର ୪୭ଟି ବଲ ଖେଳି ୩ଟି ଚୌକା ଓ ଗୋଟିଏ ଛକା ବଳରେ ୪୪ ରନ୍‌ କରିଥିଲେ। କେଏଲ୍‌ ରାହୁଲ ୧୪ଟି ବଲ ସାମ୍ନା କରି ୧୦ ରନ୍‌ ସଂଗ୍ରହ କରିଥିଲେ। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ୧୦ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଶେଷରେ ରବିନ୍ଦ୍ର ଜାଡେଜା ଏବଂ ଅକ୍ଷର ପଟେଲ ଧୈର୍ଯ୍ୟର ସହ ବ୍ୟାଟିଂ କରି ଭାରତକୁ ବିଜୟୀ କରାଇଥିଲେ। ଅକ୍ଷର ୪୧ ରନ୍‌ କରି ନଟ୍‌ଆଉଟ ରହିଥିଲେ। ଜାଡେଜା ୧୧ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri