Posted inଖେଳ

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜକୁ ଟିମ୍‌ ଇଣ୍ଡିଆ ୨-୧ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ମ୍ୟାଚରେ ଭାରତୀୟ ଦଳ ୧୯.୧ ଓଭରରେ ୩ ଓ୍ବିକେଟ ହରାଇ ୧୦୫ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଶୁଭମାନ ଗିଲ୍‌ ସର୍ବାଧିକ ୪୯ ରନ୍‌ କରିଥିଲେ।

ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୭.୧ ଓଭରରେ  ଅଲ୍‌ ଆଉଟ ହୋଇ ୯୯ ରନ କରିଥିଲା। ଫଳରେ ଭାରତ ପାଇଁ ୧୦୦ରନର ବିଜୟ ଲକ୍ଷ୍ୟ ରହିଥିଲା। ଅଧିନାୟକ ଡେଭିଡ ମିଲରଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ଦଳ ବ୍ୟାଟିଂ ଆରମ୍ଭ କରି ଭାରତୀୟ ବୋଲରଙ୍କ ସାମ୍ନା କରି ପାରି ନ ଥିଲା। ଦଳ ପକ୍ଷରୁ ହେନରିଚ କ୍ଲାସେନ ସର୍ବାଧିକ ୩୪ ରନ ସଂଗ୍ରହ କରିଥିଲେ। ୟେନେମାନ ମାଲାନ ୧୫ ରନ ଏବଂ ମାର୍କୋ ଜାନସନ ୧୪ ରନ କରି ଡବଲ ଫିଗର ଛୁଇଁ ପାରିଥିଲେ। କୁଲଦୀପ ଯାଦବ ଭାରତ ପାଇଁ ସର୍ବାଧିକ ଚାରିଟି ୱିକେଟ ନେଇଥିଲେ। ଏହା ବ୍ୟତୀତ ଶାହବାଜ ଅହମ୍ମଦ, ମହମ୍ମଦ ସିରାଜ ଏବଂ ୱାଶିଂଟନ ସୁନ୍ଦର ପ୍ରତ୍ୟେକ ଦୁଇଟି ଲେଖାଏଁ ୱିକେଟ ନେଇଥିଲେ।

୨୦୧୯ ବିଶ୍ୱକପ ପରଠାରୁ ଏକଦିବସୀୟରେ ଏହା ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର। ମୋଟ ଉପରେ, ଏହା ଦକ୍ଷିଣ ଆଫ୍ରିକାର ଚତୁର୍ଥ ସର୍ବନିମ୍ନ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri