Posted inଖେଳ

ଟିମ୍‌ ଇଣ୍ଡିଆର ୩ ବ୍ୟାଟ୍ସ୍‌ମ୍ୟାନ୍‌ ଆଇସିସିର ଟପ୍‌ ୧୦ରେ…

ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍‌ରେ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍‌ ର଼୍ୟାଙ୍କିଙ୍ଗ୍‌ ଜାରି କରାଯାଇଛି। ଏହି ତାଲିକାରେ ଟପ୍‌ ୧୦ ବ୍ୟାଟ୍ସ୍‌ ମ୍ୟାନ୍‌ଙ୍କ ମଧ୍ୟରେ ଟିମ୍‌ ଇଣ୍ଡିଆର ୩ ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି, ରିଶଭ୍‌ ପନ୍ତ ଏବଂ ରୋହିତ ଶର୍ମା। ସେହିପରି ଟପ୍‌ ୧୦ ବୋଲରଙ୍କ ମଧ୍ୟରେ ଟିମ୍‌ ଇଣ୍ଡିଆର ରବିଚନ୍ଦ୍ରନ ଅଶ୍ୱିନ ସ୍ଥାନ ପାଇଛନ୍ତି। ତାଲିକାରେ ନ୍ୟୁଜିଲାଣ୍ଡ୍‌ର ଅଧିନାୟକ କେନ୍‌ ଓ୍ବିଲମ୍‌ସନ୍‌ ୮୯୫ ରେଟିଂ ଅଙ୍କ ସହିତ ଶୀର୍ଷରେ ରହିଛନ୍ତି। ବିରାଟ କୋହଲି ୮୧୪ ରେଟିଂ ଅଙ୍କ ସହିତ ପଞ୍ଚମ ସ୍ଥାନରେ ରହିଛନ୍ତି। ରିଶଭ୍‌ ପନ୍ତ ୭୪୭ ରେଟିଂ ଅଙ୍କ ସହିତ ତାଲିକାର ଷଷ୍ଠ ସ୍ଥାନରେ ଅଛନ୍ତି। ଅପରପକ୍ଷରେ ରୋହିତ ଶର୍ମା ଅଷ୍ଟମରେ ରହିଛନ୍ତି।

ସେହିପରି ଟପ୍‌ ୧୦ ବୋଲରଙ୍କ ତାଲିକାରେ ୮୫୦ ରେଟିଂ ଅଙ୍କ ସହିତ ଟିମ୍‌ ଇଣ୍ଡିଆର ରବିଚନ୍ଦ୍ରନ ଅଶ୍ୱିନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଏହି ତାଲିକାରେ ଅଷ୍ଟ୍ରେଲିଆର ପେସ୍‌ ବୋଲର ପେଟ୍‌ କମିନ୍ସ୍‌ ୯୦୮ ରେଟିଂ ଅଙ୍କ ସହିତ ଶୀର୍ଷରେ ରହିଛନ୍ତି।

ଅଲ୍‌ରାଉଣ୍ଡର ର଼୍ୟାଙ୍କିଙ୍ଗ୍‌ରେ ଟପ୍‌ ୧୦ ମଧ୍ୟରେ ଟିମ୍‌ ଇଣ୍ଡିଆର ରବୀନ୍ଦ୍ର ଜାଡ଼େଜା ୩୮୬ ଅଙ୍କ ସହିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ରବିଚନ୍ଦ୍ରନ ଅଶ୍ୱିନ ୩୫୩ ଅଙ୍କ ସହିତ ଚତୁର୍ଥ ସ୍ଥାନରେ ରହିଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୧୮ରୁ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri