Posted inଖେଳ

ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ…

ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍‌ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା ପୂର୍ବରୁ ଭାରତୀୟ ଦଳକୁ ସୁପର ଫୋର୍‌ ରାଉଣ୍ଡରେ ପାକିସ୍ତାନ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା।

ତେବେ ଟିମ ଇଣ୍ଡିଆ ଫାଇନାଲରେ ନିଜର ସ୍ଥାନ ଏବେ ବି ନିଶ୍ଚିତ କରିପାରିବ। ଏଥିପାଇଁ ଆଫଗାନିସ୍ତାନ ପାକିସ୍ତାନ ମ୍ୟାଚ୍‌ର ଫଳାଫଳ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ୍‌ରେ ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ।

୧୦ ମାସ ପୂର୍ବରୁ ଟି-୨୦ ବିଶ୍ୱକପରେ ଭାରତୀୟ ଦଳ ସାମ୍ନାରେ ମଧ୍ୟ ସମାନ ସମୀକରଣ ସୃଷ୍ଟି ହୋଇଥିଲା। କିନ୍ତୁ ଫଳାଫଳ ଟିମ୍‌ ଇଣ୍ଡିଆ ସପକ୍ଷରେ ଯାଇ ନଥିଲା। ଫଳରେ ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପର ସୁପର-୧୨ ରାଉଣ୍ଡରୁ ବାଦ ପଡିଥିଲା।

ସୁପର ଫୋରର ପଏଣ୍ଟ ଟେବୁଲ ଅନୁସାରେ ଶ୍ରୀଲଙ୍କା ବର୍ତ୍ତମାନ ଦୁଇଟି ବିଜୟ ସହ ଶୀର୍ଷରେ ଅଛି । ଏଥି ସହିତ ପାକିସ୍ତାନ ଗୋଟିଏ ବିଜୟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ଉଭୟଙ୍କର ପଜିଟିଭ୍‌ ରନ୍‌ ରେଟ ହାର ରହିଛି । ଶ୍ରୀଲଙ୍କାର ନେଟ ରନ ହାର +୦.୩୫୧ ଥିବାବେଳେ ପାକିସ୍ତାନର ନେଟ ରନ ହାର ହେଉଛି +୦.୧୨୬ ରହିଛି। ଏଥିସହିତ ନେଗେଟିଭ୍‌ ରନ ହାର -୦.୧୨୫ ସହିତ ଭାରତ ପଏଣ୍ଟ ଟେବୁଲରେ ଦୁଇଟି ମ୍ୟାଚ୍‌ ହାରି ତୃତୀୟ ସ୍ଥାନରେ ରହିଛି।

ଆଫଗାନିସ୍ତାନ -୦.୫୮୯ ରନ ହାର ସହିତ ଚତୁର୍ଥ ସ୍ଥାନରେ ରହିଛି। ଭାରତୀୟ ଦଳ ପାଇଁ ଏପର୍ଯ୍ୟନ୍ତ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ରହିଛି। ତେବେ ବୁଧବାର ପାକିସ୍ତାନ-ଆଫଗାନିସ୍ତାନ ମ୍ୟାଚର ଫଳାଫଳ ଗୁରୁତ୍ୱପୂର୍ଣ୍ଣ ହେବ। ଯଦି ପାକିସ୍ତାନ ଦଳ ଜିତେ ତେବେ ଉଭୟ ଭାରତ ଏବଂ ଆଫଗାନିସ୍ତାନ ଏସିଆ କପରୁ ବାଦ ପଡିବେ। ଅପରପକ୍ଷରେ ପାକିସ୍ତାନ ହାରିଲେ ଭାରତର ଆଶା ମଉଳି ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?