Posted inଖେଳ

ଅଷ୍ଟ୍ରେଲିଆ ମାଟିରେ ଟିମ୍‌ ଇଣ୍ଡିଆର ସିରିଜ୍‌ ବିଜୟ

ବ୍ରିସ୍‌ବେନ,୮ା୧୧- ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ବର୍ଷାରେ ଧୋଇଯାଇଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ କେବଳ ୪.୫ ଓଭର ଖେଳ ସମ୍ଭବ ହୋଇପାରିଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୪.୫ ଓଭରରେ ବିନା ଉଇକେଟରେ ୫୨ ରନ୍‌ କରିଥିଲା। ଅଭିଷେକ ଶର୍ମା ୧୩ ବଲ୍‌ରେ ୨୩ (୧ ଲେଖାଏ ଚୌକା ଓ ଛକା) ଓ ଶୁବମନ ଗିଲ୍‌ ୧୬ ବଲ୍‌ରେ ୨୯(୬ ଚୌକା) ରନ୍‌ କରି ଅପରାଜିତ ରହିଥିଲେ। ଲଗାଣ ବର୍ଷା ଯୋଗୁ ଖେଳ ସମ୍ଭବ ହୋଇପାରି ନ ଥିଲା। ଫଳରେ ଏହି ୫ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ୍‌କୁ ଭ୍ରମଣକାରୀ ଭାରତୀୟ ଦଳ ୨-୧ରେ ଜିତିନେଇଛି।

ସିରିଜ୍‌ର ପ୍ରଥମ ମ୍ୟାଚ୍‌ ମଧ୍ୟ ବର୍ଷା ଯୋଗୁ ବାତିଲ ହୋଇଥିଲା। ଦ୍ୱିତୀୟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ଜିତିଥିବା ବେଳେ ତୃତୀୟ ଓ ଚତୁର୍ଥ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଥିଲା। ସିରିଜ୍‌ରେ ସର୍ବାଧିକ ରନ୍‌ କରିଥିବା ଅଭିଷେକ ଶର୍ମାଙ୍କୁ ପ୍ଲେୟର ଅଫ୍‌ ଦି ସିରିଜ୍‌ ବିବେଚିତ କରାଯାଇଛି।

ସିରିଜ୍‌ ବିଜୟ ସହ ଭାରତର ଅଷ୍ଟ୍ରେଲିଆ ଟୁର୍‌ ଶେଷ ହୋଇଛି। ଏଥିଯୋଗୁ ଅଷ୍ଟ୍ରେଲିଆ ମାଟିରେ ଭାରତୀୟ ଦଳର ଟି୨୦ ସିରିଜ୍‌ ଜିତିବା ଧାରା ଲାଗି ରହିଛି। ସେହିଭଳି ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳର ଟି୨୦ ସିରିଜ୍‌ ଜିତିବା ଧାରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ଅଫିସ୍‌କୁ ସ୍ଥାନାନ୍ତର ହେବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ...

ଦୁର୍ଘଟଣାଗ୍ରସ୍ତ ସ୍କୁଟିରୁ ବାହାରିଲା ଏମିତି ଜିନିଷ: ପୋଲିସ ଆଶ୍ଚର୍ଯ୍ୟ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କଫ୍‌ ସିରପ କାରବାର ସାଧାରଣରେ ପରିଣତ ହୋଇଛି। ତେବେ ଗୁରୁବାର ସହର ଉପକଣ୍ଠ ବରାହଗୋଡା କେନାଲ ଛକ ନିକଟରେ ଏକ...

ବାରବାଟୀ ଟି୨୦ ପାଇଁ ଆଜିଠୁ ଅଫଲାଇନ ଟିକେଟ ବିକ୍ରି: ରାତିରୁ ଅସମ୍ଭାଳ ଭିଡ଼

କଟକ,୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): ଆଜିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି ଆରମ୍ଭ ହେବ। ଅଫଲାଇନ ଟିକେଟ ବିକ୍ରି ପୂର୍ବରୁ ଅସମ୍ଭାଳ ଭିଡ଼ ଦେଖାଯାଇଛି। ଦିନ ୯ଟାରୁ ଟିକେଟ...

ଧାନକିଣା ବାଟବଣା: ଟୋକନ ଟେନ୍‌ସନରେ ଚାଷୀ

ପଦ୍ମପୁର, ୬।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ସପ୍ତାହେ ବିତିଯାଇଛି, ମାତ୍ର ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରି ନ ଥିବାରୁ ଉପଖଣ୍ଡର...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ପେପର ଲେସ୍‌ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୪ା୧୨(ଦିଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପେପର ଲେସ ହୋଇଛି। ଏବେ ଫାଇଲ ସିଷ୍ଟମରେ କାମ ହେଉଛି । ଆଗକୁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ...

ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଗାଡ଼ି ଭଙ୍ଗାରୁଜା, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଗୋପାଳପୁର ଗ୍ରାମରେ ମହିଳା ଏଏସ୍‌ଆଇ ଝୁନୁ ମାଝୀ, ଏଏସ୍‌ଆଇ ମନୋଜ ସିଂ ଓ ଅନ୍ୟ...

୨୪ତାରିଖରୁ ବରଗଡ଼ ଧନୁଯାତ୍ରା: ଗୋପପୁର କଳାକାରଙ୍କ ଅଭ୍ୟାସ ଆରମ୍ଭ

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ମହୋତ୍ସବ ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri