Posted inଖେଳ

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ଭାରତ ନାମରେ ଏକ ଅଲୋଡା ରେକର୍ଡ ପଞ୍ଜିକୃତ ହୋଇଥିଲା। ଟି -୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷ ରରନ୍‌ ଏହା ଭାରତ ମହିଳା ଦଳର ସବୁଠାରୁ ବଡ଼ ପରାଜୟ। ଯଦି ସାମଗ୍ରିକ ଭାବେ ଦେଖାଯାଏ, ଏହା ଦ୍ୱିତୀୟ ବୃହତ୍ତମ ପରାଜୟ।

ମହିଳା ଟି-୨୦ ବିଶ୍ୱକପରେ ରନ ଦୃଷ୍ଟିରୁ ଭାରତର ସବୁଠାରୁ ବଡ ପରାଜୟ ଅଷ୍ଟ୍ରେଲିଆ ବିପକ୍ଷରେ ହୋଇଥିଲା। ୨୦୨୦ ଫାଇନାଲରେ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ ୮୫ ରନ୍‌ରେ ପରାସ୍ତ କରିଛି। ଏବେ ନ୍ୟୁଜିଲାଣ୍ଡ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହା ଥିଲା ଦ୍ୱିତୀୟ ବୃହତ୍ତମ ପରାଜୟ। ୨୦୦୯ରେ ଟ୍ରେଣ୍ଟ ବ୍ରିଜରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ଦ୍ୱାରା ୫୨ ରନ୍‌ରେ ପରାସ୍ତ ହୋଇଥିଲା। ବର୍ତ୍ତମାନ ଏହା ହେଉଛି ତାଙ୍କର ତୃତୀୟ ବୃହତ୍ତମ ପରାଜୟ।

ଭାରତ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ନ୍ୟୁଜିଲାଣ୍ଡ ୧୬୦ ରନ ସଂଗ୍ରହ କରିଥିଲା। ଅଧିନାୟକ ସୋଫି ଡିଭାଇନ ଏକ ଦୃଢ ପ୍ରଦର୍ଶନ କରିଥିଲେ। ସେ ୫୭ ଅପରାଜିତ ରନ ସ୍କୋର କରିଥିଲେ। ଏହାର ଜବାବରେ ଟିମ ଇଣ୍ଡିଆ ୧୦୨ ରନ ସ୍କୋରରେ ଆଉଟ ହୋଇଥିଲା। କ୍ୟାପଟେନ ହରମାନପ୍ରୀତ ଭାରତ ପାଇଁ ସର୍ବାଧିକ ୧୫ ରନ ସଂଗ୍ରହ କରିଥିଲେ।

ମହିଳା ଟି-୨୦ ବିଶ୍ୱକପ ୨୦୨୪ରେ ଭାରତର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ବିପକ୍ଷରେ ରବିବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri