Posted inଖେଳ

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଏହି ଖେଳାଳିଙ୍କୁ ପ୍ରଥମ ଥର ମିଳିଲା ସୁଯୋଗ

ମୁମ୍ବାଇ,୮।୯: ବାଂଲାଦେଶ ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ପ୍ରଥମ ଟେଷ୍ଟ ପାଇଁ ଘୋଷଣା କରାଯାଇଥିବା ଦଳକୁ ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦୁର୍ଘଟଣା କାରଣରୁ ଦୀର୍ଘ ୨ ବର୍ଷ ଧରି ଭାରତୀୟ ଦଳରୁ ଦୂରେଇ ରହିଥିଲେ ପନ୍ତ। ଟି୨୦ ବିଶ୍ୱକପରେ ପ୍ରତ୍ୟାବର୍ତ୍ତନ କରିଥିଲେ ମଧ୍ୟ ଦୁଇ ବର୍ଷ ବ୍ୟବଧାନରେ ପ୍ରଥମ ଥର ତାଙ୍କୁ ଟେଷ୍ଟ ଜର୍ସିରେ ଦେଖିବାକୁ ମିଳିବ।

ପ୍ରଥମ ଟେଷ୍ଟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ଦଳ ଘୋଷଣା କରାଯିବ। ରୋହିତ ଶର୍ମା ଏହି ଦଳର ଅଧିନାୟକ ରହିଥିବା ବେଳେ ଧ୍ରୁବ୍‌ ଜୁରେଲ ଓ ସର୍ଫରାଜ ଖାନ୍‌ ଦ୍ୱିତୀୟ ପସନ୍ଦର ଉଇକେଟ କିପର ରହିଛନ୍ତି। ଇଂଲଣ୍ଡ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଆକାଶ ଦୀପ ସ୍ଥାନ ବଜାୟ ରଖିଥିବା ବେଳେ ୟଶ ଦୟାଲଙ୍କୁ ପ୍ରଥମ ଥର ଟେଷ୍ଟ ଦଳକୁ ଡାକରା ମିଳିଛି।

ଭାରତୀୟ ଦଳ: ରୋହିତ ଶର୍ମା(ଅଧିନାୟକ), ଯଶସ୍ବୀ ଜୟସ୍ବାଲ, ଶୁବମାନ ଗିଲ୍‌, ବିରାଟ କୋହଲି, ଲୋକେଶ ରାହୁଲ, ସର୍ଫରାଜ ଖାନ୍‌, ରିଷଭ ପନ୍ତ, ଧ୍ରୁବ ଜୁରେଲ(ଉଇକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଯଶପ୍ରୀତ ବୁମରା ଓ ୟଶ ଦୟାଲ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri