Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୨୭।୯: ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଟିମ୍‌ର ଗୋଟିଏ ପରେ ଗୋଟିଏ ଖେଳାଳି ଆହତ ହେଉଛନ୍ତି। ପ୍ରଥମରୁ ରବିନ୍ଦ୍ର ଜାଡେଜା, ପ୍ରସିଦ୍ଧ କ୍ରିଷ୍ଣା ଆହତ ହୋଇଥିବା ବେଳେ ଏବେ ଏହି ତାଲିକାରେ ଯୋଡ଼ି ହୋଇଛି ଦୀପକ ହୁଡାଙ୍କ ନାମ। ହୁଡାଙ୍କ ପିଠିରେ ସମସ୍ୟା ଥିବାରୁ ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜରୁ ବାଦ ପଡ଼ିଛନ୍ତି। ଏବେ ତାଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ସାମିଲ କରାଯାଇଥିବା ସୂଚନା ମିଳିଛି। ତେବେ ୨୭ ବର୍ଷୀୟ ହୁଡାଙ୍କୁ ଆଘାତ ଗମ୍ଭୀର ଥିବାରୁ ସେ ଏନସିଏରେ ରିହାବ ଲାଗି ଯାଇପାରନ୍ତି ବୋଲି କୁହାଯାଉଛି।

ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଟିମରେ ହୁଡାଙ୍କୁ ସାମିଲ କରାଯାଇଥିଲା। ହେଲେ ଏବେ ସେ ଆହତ ହେବା କାରଣରୁ ବିଶ୍ୱକପ୍‌ରେ ସେ ଖେଳିବା ଅସମ୍ଭବ ମନେ ହେଉଛି। ଏବେ ତାଙ୍କ ସ୍ଥାନରେ ବିଶ୍ୱକପ୍‌ ଲାଗି କାହାକୁ ସୁଯୋଗ ମିଳିବ ତାହା ଚର୍ଚ୍ଚାର ବିଷୟ ପାଲଟିଛି।
ଆଇସିସି ନିୟମାନୁଯାୟୀ ପ୍ରତିଟି ଟିମ୍‌ ପାଖରେ ଖେଳାଳି ପରିବର୍ତ୍ତନ ଲାଗି ଅକ୍ଟୋବର ୯ ଯାଏର ସମୟ ରହିଛି। ଏମିତିରେ ହୁଡାଙ୍କ ସ୍ଥାନରେ ଶ୍ରେୟସ ଆୟାର, ସଞ୍ଜୁ ସାମସନ ନଚେତ ଦୀପକ ଚାହରଙ୍କୁ ସୁଯୋଗ ମିଳିପାରେ ବୋଲି ଆଶା କରାଯାଉଛି। ତେବେ ଆଗାମୀ ଦିନରେ ଚିତ୍ର ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?