Posted inଜାତୀୟ

ଦଙ୍ଗାକାରୀଙ୍କ ଉପରେ ଡ୍ରୋନ୍‌ରୁ ପକାଯିବ ଲୁହବୁହା ଗ୍ୟାସ ସେଲ …

ନୂଆଦିଲ୍ଲୀ, ୩।୯ : ସୀମା ସୁରକ୍ଷା ବଳ (ବିଏସଏଫ)ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରୋନ ପ୍ରସ୍ତୁତ କରାଯାଇଛି। ଏହୀ ଡ୍ରୋନ୍‌ ଆକାଶରେ ଉଡ଼ିବୁଲି ଦଙ୍ଗାକାରୀଙ୍କ ଉପରେ ଲୁହବୁହା ଗ୍ୟାସ ସେଲ ପକାଇବ। ବିଏସଏଫ ଅନୁଯାୟୀ, ଦଙ୍ଗାକାରୀ ଏବଂ ବିକ୍ଷୋଭକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଏହାକୁ ବ୍ୟବହାର କରିପାରିବ। ସୀମା ସୁରକ୍ଷା ବଳର ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ, ଡ୍ରୋନରୁ ଲୁହବୁହା ଗ୍ୟାସ ସେଲ ପକାଇବା ପାଇଁ ଡ୍ରୋନରୁ ଟିୟର ସ୍ମୋକ୍‌ ଲଞ୍ଚର୍‌ ବ୍ୟବହାର କରାଯାଇପାରିବ। ଏହି ଡ୍ରୋନ ମାଧ୍ୟମରେ ୨୫୦-୩୦୦ ମିଟର ବ୍ୟାସାର୍ଦ୍ଧରେ ଲୁହବୁହା ଗ୍ୟାସ ସେଲ ପକାଯାଇପାରିବ ।

ବିଏସଏଫ ଅଧିକାରୀଙ୍କ ଅନୁଯାୟୀ, ଏହି ଡ୍ରୋନକୁ ସଫଳତାର ସହିତ ପରୀକ୍ଷା କରାଯାଇଛି। ଖୁବ ଶୀଘ୍ର ପୋଲିସ ବିଭାଗ ଏବଂ ସଶସ୍ତ୍ର ପୋଲିସ ଫୋର୍ସ ଏହି ଟେକ୍ନୋଲୋଜି ବ୍ୟବହାର କରୁଥିବା ଦେଖିବାକୁ ମିଳିବ। ଏହା ଦ୍ୱାରା ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ କର୍ମଚାରୀମାନେ ସୁରକ୍ଷିତ ରହିବେ, ଯେଉଁମାନେ ଭିଡ଼କୁ ନିୟନ୍ତ୍ରଣ କରିବା ସମୟରେ ବେଳେବେଳେ ସେମାନଙ୍କ କ୍ରୋଧର ଶିକାର ହେବାକୁ ପଡିଥାଏ। ୨ରୁ ୬ ଟି ଲୁହବୁହା ଗ୍ୟାସ ସେଲ ଡ୍ରୋନରେ ଲୋଡ ହୋଇ ଟାର୍ଗେଟ ଅଞ୍ଚଳରେ ପକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri