ଆଖିରେ ଲୁହ-ମନରେ କୋହ, ଜୀବନ ଭୟରେ ଆତଙ୍କିତ ଲୋକେ…

କ୍ୱିଭ୍‌,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। କ୍ୱିିଭ୍‌, ଡୋନବାସ ଖାର୍କି, ଓଡେସା ସମେତ ବହୁ ଅଞ୍ଚଳରେ ପ୍ରଚଣ୍ଡ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି। ଘଟଣାସ୍ଥଳରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନେ ସୋସିଆଲ ମିଡିଆରେ କେତେକ ଭିଜୁଆଲ ଶେୟାର କରିଛନ୍ତି । ଯେଉଁଥିରେ ବିସ୍ଫୋରଣର ଘନ ଧୁଆଁ ଦେଖିବାକୁ ମିଳୁଛି। ୟୁକ୍ରେନର ବହୁ ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ରହିଛି।

କ୍ୱିଭ୍‌ ରାସ୍ତାରେ ପ୍ରବଳ ଟ୍ରାଫିକ୍‌ ଯୋଗୁ ଜାମ ସ୍ଥିତି ସୃଷ୍ଟି ହୋଇଥିବା ରିପୋର୍ଟ ହୋଇଛି। ଲୋକମାନେ ଜୀବନ ଭୟରେ ସୁରକ୍ଷିତ ଅଞ୍ଚଳ ମୁହାଁ ହୋଇଛନ୍ତି। ଆଖିରେ ଆଖିଏ ଲୁହ, ମନରେ କୋହ ନେଇ ଜୀବନ ଭୟରେ ଲୋକେ ଏୟାର ସାଇରନ ଶବ୍ଦ ଶୁଣି ଦୌଡ଼ାଦୌଡ଼ି କରୁଥିବାର ଦେଖିବାକୁ ମିଳିଛି।

ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ଏୟାର ଆଟାକ ସାଇରନ ପ୍ରତିଧ୍ୱନିତ ହେଉଛି। ସକାଳୁୁ ବିସ୍ଫୋରଣ ଶବ୍ଦ ଶୁଣିବାକୁ ମିଳୁଛି। କ୍ୱିଭ୍‌ ରାସ୍ତାରେ ରୁଷିଆଠାରୁ ବିପରୀତ ଦିଗରେ କାରଗୁଡିକ ଚାଲୁଥିବାର ଦେଖାଯାଉଛି।

ଜୀବନ ଭୟରେ ଲୋକେ ରାଜଧାନୀ କ୍ୱିଭ୍‌ ଛାଡୁଛନ୍ତି। ଲୋକମାନେ ମେଟ୍ରୋ ଷ୍ଟେସନ ବାହାରେ ଭାବପ୍ରବଣ ହୋଇ ପରସ୍ପରକୁ ବିଦାୟ ଦେଉଛନ୍ତି। ସେହିପରି ଏଟିଏମ୍‌ ବାହାରେ ଲମ୍ବା ଲାଇନ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?