ଆଖିରେ ଲୁହ-ମନରେ କୋହ, ଜୀବନ ଭୟରେ ଆତଙ୍କିତ ଲୋକେ…

କ୍ୱିଭ୍‌,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। କ୍ୱିିଭ୍‌, ଡୋନବାସ ଖାର୍କି, ଓଡେସା ସମେତ ବହୁ ଅଞ୍ଚଳରେ ପ୍ରଚଣ୍ଡ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି। ଘଟଣାସ୍ଥଳରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନେ ସୋସିଆଲ ମିଡିଆରେ କେତେକ ଭିଜୁଆଲ ଶେୟାର କରିଛନ୍ତି । ଯେଉଁଥିରେ ବିସ୍ଫୋରଣର ଘନ ଧୁଆଁ ଦେଖିବାକୁ ମିଳୁଛି। ୟୁକ୍ରେନର ବହୁ ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ରହିଛି।

କ୍ୱିଭ୍‌ ରାସ୍ତାରେ ପ୍ରବଳ ଟ୍ରାଫିକ୍‌ ଯୋଗୁ ଜାମ ସ୍ଥିତି ସୃଷ୍ଟି ହୋଇଥିବା ରିପୋର୍ଟ ହୋଇଛି। ଲୋକମାନେ ଜୀବନ ଭୟରେ ସୁରକ୍ଷିତ ଅଞ୍ଚଳ ମୁହାଁ ହୋଇଛନ୍ତି। ଆଖିରେ ଆଖିଏ ଲୁହ, ମନରେ କୋହ ନେଇ ଜୀବନ ଭୟରେ ଲୋକେ ଏୟାର ସାଇରନ ଶବ୍ଦ ଶୁଣି ଦୌଡ଼ାଦୌଡ଼ି କରୁଥିବାର ଦେଖିବାକୁ ମିଳିଛି।

ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ଏୟାର ଆଟାକ ସାଇରନ ପ୍ରତିଧ୍ୱନିତ ହେଉଛି। ସକାଳୁୁ ବିସ୍ଫୋରଣ ଶବ୍ଦ ଶୁଣିବାକୁ ମିଳୁଛି। କ୍ୱିଭ୍‌ ରାସ୍ତାରେ ରୁଷିଆଠାରୁ ବିପରୀତ ଦିଗରେ କାରଗୁଡିକ ଚାଲୁଥିବାର ଦେଖାଯାଉଛି।

ଜୀବନ ଭୟରେ ଲୋକେ ରାଜଧାନୀ କ୍ୱିଭ୍‌ ଛାଡୁଛନ୍ତି। ଲୋକମାନେ ମେଟ୍ରୋ ଷ୍ଟେସନ ବାହାରେ ଭାବପ୍ରବଣ ହୋଇ ପରସ୍ପରକୁ ବିଦାୟ ଦେଉଛନ୍ତି। ସେହିପରି ଏଟିଏମ୍‌ ବାହାରେ ଲମ୍ବା ଲାଇନ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri