ରିଲିଜ ହେଲା ବିଲ୍ଲି ବିଲ୍ଲି ଗୀତର ଟିଜର

ମୁମ୍ବାଇ: ସଲମାନଙ୍କ ପ୍ରଶଂସକଙ୍କ ପାଇଁ ବଡ ଖବର । ଏବେ ଦର୍ଶକଙ୍କୁ ଇଦ ଭେଟି ଦେବାକୁ ଯାଉଛନ୍ତି ଭାଇଜାନ । ଚଳିତ ବର୍ଷ ସଲମାନ ଇଦରେ ‘କିସି କା ଭାଇ କିସିକା ଜାନ’ ନେଇ ଆସୁଛନ୍ତି । ସୂଚନାଯୋଗ୍ୟ, କିଛି ବର୍ଷପରେ ସଲମାନ ପୁଣିଥରେ ଇଦରେ ଦର୍ଶକଙ୍କୁ ଭେଟି ଦେବାକୁ ଯାଉଛନ୍ତି ଏକ ମୁଭି । ଏବେ ଇଦରେ ସଲମାନଙ୍କ ଲେଉଟାଣିକୁ ନେଇ ତାଙ୍କ ପ୍ରଶଂସକ ଖୁବ୍ ଏକ୍ସାଇଟେଡ ଅଛନ୍ତି । ସଲମାନଙ୍କ ମୁଭି ‘କିସି କା ଭାଇ କିସି କି ଜାନ’ ଏକ ମଲ୍‌ଟି ଷ୍ଟାରର ମୁଭି । ସଲମାନ ଓ ପୂଜା ହେଗେଡେଙ୍କ ବ୍ୟତୀତ ଏଥିରେ ପଲକ ତିୱାରୀ, ଶହନାଜ ଗିଲ, ରାଘବ ଜୁୟଲ, ଜସ୍‌ସି ଗିଲ ଓ ସିଦ୍ଧାର୍ଥ ନିଗମଙ୍କ ଭଳି କଳାକାରଙ୍କୁ ଦେଖିବାକୁ ମିଳିବ । ଏବେ ଏହି ମୁଭିର ନୂଆ ଗୀତ ବିଲ୍ଲି ବିଲ୍ଲି ରିଲିଜ ହେବାକୁ ଯାଉଛି । ଏହା ପୂର୍ବରୁ ସଲମାନ ଗୀତର ଟିଜର ଜାରି କରିଛନ୍ତି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଲାଣି ।
ସଲମାନ ଖାଁ ୨୮ ଫେବୃୟାରୀରେ ସୂଚନା ଦେଇଥିଲେ କି ମୁଭି ‘କିସି କା ଭାଇ କିସି କା ଜାନ’ ମୁଭିର ଗୀତ ‘ବିଲ୍ଲି ବିଲ୍ଲି’ ଟିଜର ୧ ମାର୍ଚ୍ଚ ଦିନ ୧୨ଟାରେ ରିଲଜ ହେବ । ଏବେ ଏହା ରିଲିଜ୍ ହୋଇଯାଇଛି । ଏହି ଗୀତର ଟିଜରରେ ସଲମାନ ଖାଁ ଓ ପୂଜା ହେଗେଡେ ଦମଦାର ଡ୍ୟାନ୍ସ କରୁଥିବା ଦେଖାଯାଇଛି । ଏଥିରେ ଅନ୍ୟ ଷ୍ଟାରକାଷ୍ଟଙ୍କର ଝଲକ ବି ଦେଖିବାକୁ ମିଳିଛି । ତେବେ ବିଲ୍ଲି ବିଲ୍ଲି ଗୀତ ୨ ମାର୍ଚ୍ଚ ଅର୍ଥାତ୍ ଗୁରୁବାର ରିଲିଜ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri