ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ର ଟିଜର ରିଲିଜ୍‌

ପୁରୀ,୨ା୯(ଅଜିତ ମହାନ୍ତି): ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ ଆସନ୍ତା ଗଣେଶ ପୂଜାରେ ରିଲିଜ୍‌ ହେବାକୁ ଯାଉଛି। ଶୁକ୍ରବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏହି ଚଳଚ୍ଚିତ୍ରର ଟିଜର ମୁକ୍ତିଲାଭ କରିଛି। ଦୀପଦାନ ପୂର୍ବକ ‘ପୁଷ୍କରା’ର ସଫଳତା କାମନା କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ସମର୍ପଣ କରାଯାଇଛି। ଏହି ଅବସରରେ ଚଳଚ୍ଚିତ୍ରର ଅଭିନେତା ସବ୍ୟସାଚୀ ମହାପାତ୍ର, ଚୌଧୁରୀ ବିକାଶ ଦାସ, ଅଭିନେତ୍ରୀ ସୁପ୍ରିୟାଙ୍କ ସମେତ ଅନ୍ୟ କଳାକାର, ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଉପସ୍ଥିତ ଥିଲେ। ସବ୍ୟସାଚୀ କହିଥିଲେ, ପୁଷ୍କରା ସତ୍ୟ କାହାଣୀ ଉପରେ ଆଧାରିତ। ପୁରୀର ସାମାଜିକ ଚଳଣି ସହ ଏହାର ସମ୍ପର୍କ ରହିଛି। ପ୍ରସିଦ୍ଧ ଲେଖକ ତଥା ପୁରୀ ବାସିନ୍ଦା ଶଙ୍କର ତ୍ରିପାଠୀଙ୍କ ଉପନ୍ୟାସ ‘ନାଦବିନ୍ଦୁ’ରେ ଏପରି ପରମ୍ପରା ସମ୍ପର୍କରେ ଉଲ୍ଲେଖ ରହିଛି। ଆଧୁନିକ ସମାଜରେ ପୁଷ୍କରା ପରମ୍ପରା ବିଲୁପ୍ତ ହେବାକୁ ବସିଛି। ଜଣେ ବ୍ୟକ୍ତି ମୃତ୍ୟୁବରଣ କଲେ ପୁଷ୍କର ଛଡ଼ାଇବା ପାଇଁ ଜଣେ ପୁଷ୍କରାଙ୍କ ଆବଶ୍ୟକ ପଡ଼ିଥାଏ, ଯାହାକୁ ପୁରୀ ଲୋକକଥାରେ ଭୈରବ ବୋଲି କୁହାଯାଇଥାଏ। ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ନାମରେ ପୁଷ୍କରାକୁ ନାମିତ କରାଯାଇଛି। ପୁଷ୍କରାର ଜୀବନ ଓ କଥାକୁ ନେଇ ନିର୍ମିତ ଏହି ଚଳଚ୍ଚିତ୍ର ପୁରୀର ବିଭିନ୍ନ ସ୍ଥାନରେ ଶୁଟିଂ ହୋଇଛି। ଟିଜର ରିଲିଜ ଅବସରରେ ପୁରୀ ସାହିଯାତ ନୃତ୍ୟ ପରିବେଷଣ କରାଯାଇଥିଲା। ଗୁରୁ ନାରାୟଣ ପାଣ୍ଡେ ଓ ସାଥୀ ଓଡ଼ିଶୀ ନୃତ୍ୟ ପ୍ରଦର୍ଶନ କରିଥିଲେ। ଶ୍ରୀମନ୍ଦିର ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ସେବାୟତ ମଧୁସୂଦନ ସିଂହାରୀ, ଜୟନାରାୟଣ ମହାପାତ୍ର, ସାହିମୁରବି ଜଗନ୍ନାଥ ମହାପାତ୍ର, ଦେବେନ୍ଦ୍ର ମିଶ୍ର, ଅଶୋକ ମହାପାତ୍ର, ଅନିରୁଦ୍ଧ ରାଉତ, ଜିତେନ୍ଦ୍ର ମୁଦୁଲି ଏବଂ ନାରାୟଣ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଆଠସାହିର ମୁଖ୍ୟ ସଂଯୋଜକ ନରେନ୍ଦ୍ର ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା ଏବଂ ଶ୍ୟାମପ୍ରକାଶ ସେନାପତି ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri