ସିଏସ୍‌ଏମ୍‌କୁ ଟେକ୍‌ ଫର୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୯।୮: ରାଜ୍ୟର ଅଗ୍ରଣୀ ଆଇଟି କମ୍ପାନୀ ସିଏସ୍‌ଏମ୍‌ ଟେକ୍ନୋଲୋଜି ପ୍ରାଇଭେଟ୍‌ ଲିମିଟେଡ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ‘ଟେକ୍‌ ଫର୍‌ ଏକ୍ସିଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି ପଶ୍ଚିମବଙ୍ଗ ସରକାରଙ୍କ ସୂଚନା ପ୍ରଯୁକ୍ତିବିଦ୍ୟା ଓ ଇଲେକ୍ଟ୍ରୋନିକ୍ସ ବିଭାଗ ଏବଂ ଆସୋଚାମ୍‌ ପକ୍ଷରୁ କୋଲକାତାଠାରେ ଆୟୋଜିତ ୮ମ ‘ଟେକ୍‌ ଫର୍‌ ଏକ୍ସିଲେନ୍ସ ଆୱାର୍ଡ’ କାର୍ଯ୍ୟକ୍ରମରେ ସିଏସ୍‌ଏମ୍‌କୁ ଉପରୋକ୍ତ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସିଏସ୍‌ଏମ୍‌ ଟେକ୍ନୋଲୋଜିର ପ୍ରୋଜେକ୍ଟ ମ୍ୟାନେଜର ସୁମନସୁଧା ପଣ୍ଡା ଏବଂ ବିଜ୍‌ନେସ୍‌ ସିଷ୍ଟମ ମ୍ୟାନେଜର ଉପାସନା ମହାପାତ୍ର ଯୋଗଦେଇ ପଶ୍ଚିମବଙ୍ଗ ସରକାରଙ୍କ ଆଇଟି ଓ ଇଲେକ୍ଟ୍ରୋନିକ୍ସ ବିଭାଗ ପ୍ରମୁଖ ସଚିବ ରାଜୀବ କୁମାରଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ।
ଉଲ୍ଲେଖଯୋଗ୍ୟ, ଆସୋଚାମ୍‌ ଦ୍ବାରା କୋଲକାତାଠାରେ ଆୟୋଜିତ ୮ମ ସଂସ୍କରଣ ଟେକ୍‌ ଫର୍‌ ଏକ୍ସିଲେନ୍ସ ଆୱାର୍ଡ କାର୍ଯ୍ୟକ୍ରମରେ ସିଏସ୍‌ଏମ୍‌ ଟେକ୍ନୋଲୋଜି ‘ଟେକ୍‌ ଇନୋଭେସନ୍‌ ଫର୍‌ ବିଜ୍‌ନେସ୍‌’ବର୍ଗରେ ସମ୍ମାନିତ କରାଯାଇଛି।
ଏ ସମ୍ପର୍କରେ ସିଏସ୍‌ଏମ୍‌ ଟେକ୍ନୋଲୋଜିର ପ୍ରତିଷ୍ଠାତା ତଥା ସିଇଓ ପ୍ରିୟଦର୍ଶୀ ନାନୁ ପାଣି କହିଛନ୍ତି, ଆସୋଚାମ୍‌ଠାରୁ ଏହି ସମ୍ମାନଜନକ ସ୍ବୀକୃତି ପାଇଥିବାରୁ ଆମେ ବେଶ୍‌ ଆନନ୍ଦିତ। ସିଏସ୍‌ଏମ୍‌ ଟେକ୍ନୋଲୋଜିର ଡିଜିଟାଲ ସୃଜନଶୀଳତା ମାଇନିଂ ଇକୋସିଷ୍ଟମକୁ ବଦଳାଇବା,ଲିକେଜ୍‌ ଦୂରକରିବା ତଥା ମୋଟାମୋଟି ଦକ୍ଷତା ବଢ଼ାଇବାରେ ବେଶ୍‌ ସହାୟକ ହୋଇଛି। ଏପରିକି ଧୀରେ ଧୀରେ ଆମର ସୃଜନଶୀଳତା ମାଇନିଂ ସଂସ୍କାର ଓ ପ୍ରଶାସନ କ୍ଷେତ୍ରରେ ଏକ ଲାଇଟହାଉସ୍‌ ସଲ୍ୟୁସନରେ ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri