Posted inଜାତୀୟ

ପ୍ରେମିକାଙ୍କ ପାଇଁ ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା କଲେ ପୂର୍ବତନ ବିଧାୟକଙ୍କ ପୁଅ

ଇଟ୍ଟାନଗର,୨୬।୧୧: ଅରୁଣାଚଳ ପ୍ରଦେଶରେ ପୂର୍ବତନ ବିଧାୟକଙ୍କ ବୋହୂ ତେଚି ମୀନା ଲିଶି ହତ୍ୟା ଘଟଣାରେ ପୋଲିସ ଜଣେ ମହିଳାଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି। ଏହାପୂର୍ବରୁ ୭ ମାସର ଗର୍ଭବତୀ ମୀନା ଲିଶିଙ୍କ ହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀ ରୋନି ଲିଶିଙ୍କ ସହ ଚାରି ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ହେଉଛନ୍ତି ରୋନି। ସେ ସ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ୧୦ ଲକ୍ଷ ଟଙ୍କା ଚୁକ୍ତି କରିଥିଲେ। ହତ୍ୟାକାଣ୍ଡକୁ ଦୁର୍ଘଟଣା ରୁପ ଦେବା ପାଇଁ ଇନୋଭା କାରର ଦୁର୍ଘଟଣା ମଧ୍ୟ କରାଯାଇଥିଲା। ଏହି ହତ୍ୟାକାଣ୍ଡର ଖୁଲାସା ପରେ ପୂର୍ବତନ ବିଧାୟକଙ୍କ ପୁଅ ରୋନି ଲିଶିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ବିଭିନ୍ନ ସଂଗଠନ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମହମବତୀ ପଦଯାତ୍ରା କରାଯିବା ସହିତ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା କରାଯିବା ସହ ଅଭିଯୁକ୍ତଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି ଉଠିଛି। ଲୋକଙ୍କ ଚାପକୁ ଦେଖି ପୋଲିସ ଏହି ମାମଲାରେ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରିଛି। ସୂଚନାଯୋଗ୍ୟ, ପ୍ରେମିକାଙ୍କ ପାଇଁ ଗର୍ଭବତୀ ସ୍ତ୍ରୀଙ୍କ ହତ୍ୟା ପାଇଁ ୧୦ ଲକ୍ଷ ଟଙ୍କା ରୋନି ସୁପାରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri