ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାରେ ଲାଗିଛି। ସୋମବାରଠାରୁ ରାଜ୍ୟରେ ଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଇଞ୍ଜିନିୟରିଂ, ଡିପ୍ଲୋମା, ପଲିଟେକ୍ନିକ ଓ ଆଇଟିଆଇ କଲେଜ କର୍ତ୍ତୃପକ୍ଷ କୋଭିଡ୍‌ କଟକଣା ଭିତରେ ପାଠପଢ଼ା ଆରମ୍ଭ କରିବେ। କେବଳ ଶେଷବର୍ଷ ଛାତ୍ରୀଛାତ୍ର କଲେଜ ଓ ବିଶ୍ୱବିଦ୍ୟାଳୟକୁ ଆସିବେ। କଣ୍ଟେନମେଣ୍ଟ ଜୋନ୍‌ରେ ରହୁଥିବା ଶିକ୍ଷକ, କର୍ମଚାରୀ ଓ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନକୁ ଆସିବା ମନା କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ତଥା ରାଜ୍ୟ ବାହାରୁ ମଧ୍ୟ ଛାତ୍ରୀଛାତ୍ର ଆସିବାକୁ ଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ସହ ହଷ୍ଟେଲ ମଧ୍ୟ ଖୋଲିବ। ସାମାଜିକ ଦୂରତା ବଜାୟ ରଖିବା ସହ ଅଧିକ ଛାତ୍ରୀଛାତ୍ର ଥିଲେ ସେମାନଙ୍କୁ ଦୁଇଟି ବ୍ୟାଚ୍‌ରେ ବିଭକ୍ତ କରାଯିବ। ଛାତ୍ରୀଛାତ୍ର ବା କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେଲେ ସେମାନଙ୍କୁ ସଙ୍ଗରୋଧ ପାଇଁ ହଷ୍ଟେଲରେ ବ୍ୟବସ୍ଥା କରାଯିବ। ସେପଟେ କରୋନା କଟକଣା ସହ ଶିକ୍ଷାନୁଷ୍ଠାନ ଖୋଲିବାକୁ ବିଭାଗ ନିର୍ଦ୍ଦେଶ ଦେଇଥିବାରୁ କଲେଜ କର୍ତ୍ତୃପକ୍ଷ ରବିବାର ଶ୍ରେଣୀଗୃହ, ଲାବୋରେଟୋରି ଓ ହଷ୍ଟେଲକୁ ସାନିଟାଇଜ କରାଯାଇଛି।
ଏ ନେଇ ବିଭାଗୀୟ ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଛନ୍ତି, ବର୍ତ୍ତମାନ କେବଳ ଶେଷବର୍ଷ ପିଲାଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବ ଓ ପରବର୍ତ୍ତୀ ସମୟରେ ସ୍ଥିତି ଦେଖି ଅନ୍ୟ କ୍ଲାସ୍‌ଗୁଡ଼ିକ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ରାଜ୍ୟ ସରକାରଙ୍କ ଏସ୍‌ଓପି ଅନୁସାରେ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବ। ଏ ନେଇ ପ୍ରସ୍ତୁତି ଶେଷ ହୋଇଛି। ଛାତ୍ରୀଛାତ୍ରଙ୍କ ସଂଖ୍ୟା ଓ ସଂକ୍ରମଣକୁ ଦୃଷ୍ଟିରେ ରଖି କଲେଜରେ କ୍ଲାସ୍‌ ବ୍ୟବସ୍ଥା କରାଯିବ। ସାମାଜିକ ଦୂରତା, ମାସ୍କ ପିନ୍ଧିବା ଉପରେ ଅଧିକ ଗୁରୁତ୍ୱ ଦିଆଯିବ। କୋଭିଡ୍‌ ଗାଇଡ୍‌ଲାଇନ ପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri