୨ ମାସରେ ହେବ ବୈଷୟିକ ତଦନ୍ତ

ଯାଜପୁର,୧୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀଙ୍କ ବସତି କଲୋନୀ ନିର୍ମାଣରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମଏଫ୍‌)ପାଣ୍ଠିର ଅନିୟମିତତା ଅଭିଯୋଗର ବୈଷୟିକ ତଦନ୍ତ ହେବ। ଭିଜିଲାନ୍ସ ପକ୍ଷରୁ ପ୍ରାଥମିକ ତଦନ୍ତ ରିପୋର୍ଟ ଦାଖଲ ଏବଂ ବୈଷୟିକ ତଦନ୍ତ ପାଇଁ ୪ ମାସ ସମୟ ଦେବାକୁ ଆବେଦନ କରିବା ପରେ ଲୋକାୟୁକ୍ତଙ୍କ ପକ୍ଷରୁ ୨ ମାସରେ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ସାମାଜିକ କର୍ମୀ ମଣ୍ଟୁ ଦାସଙ୍କ ଅଭିଯୋଗ କ୍ରମେ ଲୋକାୟୁକ୍ତରେ ୩୪୬/୨୦୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଥିଲା। ଅଭିଯୋଗ ଅନୁସାରେ ମାଙ୍କଡିଆ ଜନଜାତି ଜଙ୍ଗଲ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ଯାଜପୁର, ମୟୁରଭଞ୍ଜ, ସମ୍ବଲପୁର ଓ କଳାହାଣ୍ଡି ଜିଲାରେ ଏହି ଜନଜାତିମାନେ ବସବାସ କରିଥାନ୍ତି। ଏମାନେ ପାର୍ଟିକୁଲାର ଭୁଲନେରେବୁଲ ଟ୍ରାଇବାଲ ଗ୍ରୁପ(ପିଭିଟିଜି) କେଟେଗୋରୀ ଅଧୀନରେ ଆସୁଛନ୍ତି। ବର୍ତ୍ତମାନ ଏହି ସମ୍ପ୍ରଦାୟର ୮୭ ପରିବାର କାଳିଆପାଣି ଖଣି ନିକଟସ୍ଥ ମଲ୍ଲାରସାହି ଗ୍ରାମରେ ବସବାସ କରୁଛନ୍ତି। ଏମାନଙ୍କୁ ଡିଏମ୍‌ଏଫ୍‌ ପାଣ୍ଠିରୁ ପ୍ରତ୍ୟେକ ପରିବାରଙ୍କୁ ଘର ସମେତ ପାନୀୟ ଜଳ, ପାଇଖାନା, ଗାଧୁଆ ଘର, ବିଦ୍ୟୁତ୍‌ ସଂଯୋଗ ଆଦି ଯୋଗାଇ ଦେବାକୁ ପାଣ୍ଠି ମଞ୍ଜୁର ହୋଇଛି। ହେଲେ ମଞ୍ଜୁର ପାଣ୍ଠିରୁ ପ୍ରାୟ ୮୭ ପ୍ରତିଶତ ଖର୍ଚ୍ଚ ହୋଇ ସାରିଛି। ଏହାସହ ଘର ସମେତ ଅନ୍ୟାନ୍ୟ ଅନୁଷଙ୍ଗିକ ସୁବିଧା ୨୧ା୨ା୨୦୨୦ ସୁଦ୍ଧା ଶେଷ ହେବା କଥା। କିନ୍ତୁ ଏହି ଅବଧିର ୩ ବର୍ଷ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ମାଙ୍କଡ଼ିଆ ଜନଜାତି ପରିବାରଙ୍କ ପାଇଁ ପକ୍କା ଘର ଏଯାଏ ସପନ ହୋଇଛି। ନିର୍ମାଣାଧୀନ ଅଧିକାଂଶ ଘର ଅତି ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ନିର୍ବାହୀ ଯନ୍ତ୍ରୀ ୨୦ା୭ା୨୦୨୩ରେ ଜିଲାପାଳଙ୍କୁ ଦେଇଥିବା ବିନିଯୋଗ ପତ୍ର (ୟୁସି) ରିପୋର୍ଟ ଅନୁସାରେ ରାଆଁସୋଲ ମାଙ୍କଡ଼ିଆ ଜନଜାତିଙ୍କ ଥଇଥାନ କଲୋନୀ ନିର୍ମାଣ ପାଇଁ ୨୦୨୦-୨୧ରେ ଡିଏମ୍‌ଏଫ୍‌ ପାଣ୍ଠିରୁ ୨ କୋଟି ୮୧ ଲକ୍ଷ ୨୦ ହଜାର ଟଙ୍କା ଗ୍ରହଣ କରାଯାଇଛି। ସେଥିରୁ ୨ କୋଟି ୮୧ ଲକ୍ଷ ୧୯ ହଜାର ୯୨୯ ଟଙ୍କା ଖର୍ଚ୍ଚର ୟୁସି ଦାଖଲ ହୋଇଛି। ଗୃହ ନିର୍ମାଣ ବାବଦକୁ ୩ କୋଟି ୨୫ ଲକ୍ଷ ୧୮ ହଜାର ୩୯୨ ଟଙ୍କା ମଞ୍ଜୁର ହୋଇଥିଲା। ଏହିକ୍ରମରେ ମାତ୍ର ୪୩ ଲକ୍ଷ ୯୮ ହଜାର ୪୬୩ ଟଙ୍କା ବାକି ରହିଥିବାବେଳେ ଥଇଥାନ ବସତି ଗୃହଗୁଡ଼ିକର ଅଧିକାଂଶ କାମ ବାକି ପଡିଛି। ତେଣୁ ଏଭଳି ବିନିଯୋଗକୁ ଅବଲୋକନ କଲେ ଗୃହ ନିର୍ମାଣ ନିମ୍ନମାନର ହେବା ସହ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରାଯାଇଛି। ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ, ସୁକିନ୍ଦା ବିଡିଓ, ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ଓ ଠିକାଦାର ଭାଗବତ ଖଟୁଆଙ୍କୁ ୪ ସପ୍ତାହ ମଧ୍ୟରେ ଜବାବ୍‌ ଦାଖଲ କରିବାକୁ ଲୋକାୟୁକ୍ତଙ୍କ ପକ୍ଷରୁ ଅଧ୍ୟକ୍ଷ ଓ ସଦସ୍ୟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ଏହାବାଦ୍‌ ଗତ ସେପ୍ଟେମ୍ବର ୭ରେ ଲୋକାୟୁକ୍ତ ପକ୍ଷରୁ ହୋଇଥିବା ଶୁଣାଣିରେ ଆବଶ୍ୟକ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ହୋଇଥିଲା। ଇତିମଧ୍ୟରେ ଯାଜପୁର ଜିଲାପାଳ ତାଙ୍କ ରିପୋର୍ଟ ଦାଖଲ କରିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିବାରୁ ବୈଷୟିକ ତଦନ୍ତର ଆବଶ୍ୟକତା ଥିବା ଦର୍ଶାଇ ଭିଜିଲାନ୍ସ ପକ୍ଷରୁ ଆହୁରି ୪ ମାସର ସମୟ ମାଗିଥିଲେ। ହେଲେ ଭିଜିଲାନ୍ସକୁ ପୂର୍ବରୁ ୨ ମାସର ସମୟ ଦିଆଯାଇଥିବାରୁ ବୈଷୟିକ ତଦନ୍ତ ପାଇଁ ଆହୁରି ୨ ମାସ ସମୟ ଯଥେଷ୍ଟ ହେବ ଏବଂ ଆସନ୍ତା ୮ା୧ା୨୦୨୪ ସୁଦ୍ଧା ପ୍ରାଥମିକ ରିପୋର୍ଟ ଦାଖଲ କରିବାକୁ ଲୋକାୟୁକ୍ତଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri