ଆଖଣ୍ଡଳମଣି ପୀଠରେ ବୈଷୟିକ ଟିମ୍‌

ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍‌। ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାର ପ୍ରାଚୀର ନିର୍ମାଣ, ଗର୍ଭଗୃହ ଚଟାଣ ମରାମତି, ମନ୍ଦିର ମୁଖଶାଳା ଓ ମୁଖ୍ୟ ଫାଟକ ନିର୍ମାଣ ଉପରେ ଟିମ୍‌ ଗୁରୁତ୍ୱ ଦେଇଛି। ଟିମ୍‌ର ସଦସ୍ୟମାନେ ବେଢ଼ା ଚତୁଃପାର୍ଶ୍ୱ ସମେତ ମନ୍ଦିର ଗର୍ଭଗୃହ ତନଖିଥିଲେ। ପଶ୍ଚିମ ପାର୍ଶ୍ୱ ମୁଖଶାଳା ନିକଟରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ସ୍ଥାନାନ୍ତର କରିବା ପାଇଁ ସେମାନେ ସେବାୟତ ଏବଂ ବିଭାଗୀୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ।
ମନ୍ଦିର ନିୟମାନୁସାରେ ଟିମ୍‌ର ୨ଜଣ ସଦସ୍ୟ ଶୌଚ ହୋଇ ଧୋତି ପିନ୍ଧି ଗର୍ଭଗୃହକୁ ପ୍ରବେଶ କରିଥିଲେ। ଶନିବାରଠାରୁ ବେଢ଼ାରେ ଥିବା ପୁରୁଣା ପାଚେରୀ ଭଙ୍ଗାଯିବା ସହ ନୂତନ ପାଚେରୀ କାମ ଆରମ୍ଭ ହେବ ବୋଲି ବୈଷୟିକ ଟିମ୍‌ ସୂଚନା ଦେଇଛି। ସୂଚନାଯୋଗ୍ୟ, ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୬ କୋଟି ଅର୍ଥରାଶି ପ୍ରାୟ ୨ ବର୍ଷ ହେବ ବ୍ୟୟବରାଦ କରାଯାଇଥିଲା। ଏଥିଲାଗି ଜିଲା ଓ ମନ୍ଦିର ପ୍ରଶାସନ ତତ୍ପର ହେବା ସହ ସଂଖ୍ୟାଧିକ ବ୍ୟବସାୟ ପ୍ରତିଷ୍ଠାନ ଏପରିକି ଏକ ଶୌଚାଳୟ ଭାଙ୍ଗି ଦେଇଥିଲେ। ଏଥିସହ ଦେବ ସମ୍ପତ୍ତି ଉଦ୍ଧାର ପାଇଁ ଚାନ୍ଦବାଲି ତହସିଲଦାରଙ୍କ ନେତୃତ୍ୱରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ହେଲେ ଉନ୍ନତିକରଣ କାର୍ଯ୍ୟ ତ୍ୱରାନ୍ବିତ ହୋଇ ନ ଥିଲା। ଗତ ୭ ତାରିଖରେ ‘ପ୍ରତିଶ୍ରୁତିରେ ଆରଡ଼ି ପୀଠ ସମ୍ପ୍ରସାରଣ’ ଶୀର୍ଷକ ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ଏହାପରେ ୧୪ ତାରିଖରେ ଜିଲା ପ୍ରଶାସନ ପ୍ରଶାସନ ପକ୍ଷରୁ ନବୀକରଣ ଲାଗି ତତ୍ପରତା ପ୍ରକାଶ କରି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ନେଇ ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ପୀତାମ୍ବର ସାମଲ ଖୁସି ବ୍ୟକ୍ତ କରିବା ସହ ପୀଠରେ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ହେବାକୁ ଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri