ଆଖଣ୍ଡଳମଣି ପୀଠରେ ବୈଷୟିକ ଟିମ୍‌

ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍‌। ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାର ପ୍ରାଚୀର ନିର୍ମାଣ, ଗର୍ଭଗୃହ ଚଟାଣ ମରାମତି, ମନ୍ଦିର ମୁଖଶାଳା ଓ ମୁଖ୍ୟ ଫାଟକ ନିର୍ମାଣ ଉପରେ ଟିମ୍‌ ଗୁରୁତ୍ୱ ଦେଇଛି। ଟିମ୍‌ର ସଦସ୍ୟମାନେ ବେଢ଼ା ଚତୁଃପାର୍ଶ୍ୱ ସମେତ ମନ୍ଦିର ଗର୍ଭଗୃହ ତନଖିଥିଲେ। ପଶ୍ଚିମ ପାର୍ଶ୍ୱ ମୁଖଶାଳା ନିକଟରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ସ୍ଥାନାନ୍ତର କରିବା ପାଇଁ ସେମାନେ ସେବାୟତ ଏବଂ ବିଭାଗୀୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ।
ମନ୍ଦିର ନିୟମାନୁସାରେ ଟିମ୍‌ର ୨ଜଣ ସଦସ୍ୟ ଶୌଚ ହୋଇ ଧୋତି ପିନ୍ଧି ଗର୍ଭଗୃହକୁ ପ୍ରବେଶ କରିଥିଲେ। ଶନିବାରଠାରୁ ବେଢ଼ାରେ ଥିବା ପୁରୁଣା ପାଚେରୀ ଭଙ୍ଗାଯିବା ସହ ନୂତନ ପାଚେରୀ କାମ ଆରମ୍ଭ ହେବ ବୋଲି ବୈଷୟିକ ଟିମ୍‌ ସୂଚନା ଦେଇଛି। ସୂଚନାଯୋଗ୍ୟ, ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୬ କୋଟି ଅର୍ଥରାଶି ପ୍ରାୟ ୨ ବର୍ଷ ହେବ ବ୍ୟୟବରାଦ କରାଯାଇଥିଲା। ଏଥିଲାଗି ଜିଲା ଓ ମନ୍ଦିର ପ୍ରଶାସନ ତତ୍ପର ହେବା ସହ ସଂଖ୍ୟାଧିକ ବ୍ୟବସାୟ ପ୍ରତିଷ୍ଠାନ ଏପରିକି ଏକ ଶୌଚାଳୟ ଭାଙ୍ଗି ଦେଇଥିଲେ। ଏଥିସହ ଦେବ ସମ୍ପତ୍ତି ଉଦ୍ଧାର ପାଇଁ ଚାନ୍ଦବାଲି ତହସିଲଦାରଙ୍କ ନେତୃତ୍ୱରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ହେଲେ ଉନ୍ନତିକରଣ କାର୍ଯ୍ୟ ତ୍ୱରାନ୍ବିତ ହୋଇ ନ ଥିଲା। ଗତ ୭ ତାରିଖରେ ‘ପ୍ରତିଶ୍ରୁତିରେ ଆରଡ଼ି ପୀଠ ସମ୍ପ୍ରସାରଣ’ ଶୀର୍ଷକ ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ଏହାପରେ ୧୪ ତାରିଖରେ ଜିଲା ପ୍ରଶାସନ ପ୍ରଶାସନ ପକ୍ଷରୁ ନବୀକରଣ ଲାଗି ତତ୍ପରତା ପ୍ରକାଶ କରି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ନେଇ ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ପୀତାମ୍ବର ସାମଲ ଖୁସି ବ୍ୟକ୍ତ କରିବା ସହ ପୀଠରେ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ହେବାକୁ ଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri