‘ବୈଷୟିକ ଜ୍ଞାନକୌଶଳ ଗଣମାଧ୍ୟମକୁ ବହୁ ଆଗକୁ ନେଇଛି’

ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଷ୍ଟୁଡିଓ ବୁଧବାର ଉଦଘାଟିତ ହୋଇଯାଇଛି। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଉଦ୍‌ଘାଟକ ଏବଂ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟୁଡିଓକୁ ଉଦଘାଟନ କରିଥିଲେ। ଏହି ଅବସରରେ ଏମ୍‌ପି ପାଣିଗ୍ରାହୀ କହିଥିଲେ ମାତୃଭାଷା ଏବଂ ମାତୃଭୂମିର ବିକାଶ ହେଲେ ହିଁ ଯାଇ ରାଜ୍ୟର ବିକାଶ ସମ୍ଭବ । ତେଣୁ ସରକାର ଏନେଇ ପଦକ୍ଷେପ ନେଇଛନ୍ତି।
ଓଡ଼ିଆ ଗଣମାଧ୍ୟମ ଉପରେ ମଧ୍ୟ ଛାତ୍ରୀଛାତ୍ର ଅଧିକ ଜ୍ଞାନ ଆହରଣ କରନ୍ତୁ। ବୈଷୟିକ ଜ୍ଞାନ କୌଶଳ ଗଣମାଧ୍ୟମକୁ ବହୁ ଆଗକୁ ନେଇଛ। ସାମ୍ବାଦିକମାନେ ମଧ୍ୟ ନିର୍ଭୀକ ଏବଂ ନିରପେକ୍ଷ ହେବାକୁ ଆହ୍ବାନ କରିଥିଲେ। ଏଥିସହ ସେ କହିଥିଲେ ଅତୀତକୁ ସ୍ମରଣ କରି ଭବିଷ୍ୟତକୁ ବଢ଼ିବାକୁ ପଡ଼ିବ। ଅତୀତକୁ କେବେ ଭୁଲିବାକୁ ହେବନାହିଁ। ଶିକ୍ଷା କ୍ଷେତ୍ରରେ ବ୍ୟାପକ ଉନ୍ନତି ପାଇଁ ନୂଆ ଶିକ୍ଷା ନୀତି ୨୦୨୦ ଲାଗୁ ହୋଇଛି। ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ସରକାର ବହୁ ପଦକ୍ଷେପ ନେଇଛନ୍ତି। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଦୁଇଟି ନୂଆ ଛାତ୍ରାବାସ ନିର୍ମାଣ ହେବ। ଶିକ୍ଷା କ୍ଷେତ୍ରରେ ଆମେ ଯେତେ ବିକାଶ କରିବା ଦେଶ ସେତେ ଆଗକୁ ବଢ଼ିବ। ଶିକ୍ଷା କ୍ଷେତ୍ରରେ ବିଭିନ୍ନ ପ୍ରକାର ଶିକ୍ଷକ ବ୍ୟବସ୍ଥା ଅଛି। ଏଥିରେ ପରିବର୍ତ୍ତନ ଆଣିବାକୁ ପଡ଼ିବ। ଗଣମାଧ୍ୟମ କ୍ଷେତ୍ରରେ ଆମେ ବହୁତ ଆଗକୁ ଯାଇଛେ। ଭଲ ପରିବେଶରେ ଆମେ ପାଠ ପଢ଼ିବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି ବୋଲି ଏମ୍‌ପି କହିଥିଲେ। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭଞ୍ଜନଗର କଲେଜର ବିକାଶ ପାଇଁ ଅନେକ ପଦକ୍ଷେପ ନିଆଯାଇଛି ବୋଲି କହିଥିଲେ। ଏଥିସହ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଏସ୍‌ଡିପିଓ ଡ ଦୀପକ ମିଶ୍ର, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ରଥ, ବିଭାଗୀୟ ମୁଖ୍ୟ ଅଧ୍ୟାପକ ବି.କେ ପ୍ରଧାନ ଆଲୋଚନାରେ ଭାଗ ନେଇଥିଲେ। ଅଧକ୍ଷ ରାଜେନ୍ଦ୍ର କୁମାର ଦାସ ସଭାରେ ଅଧ୍ୟକ୍ଷତା କରିଥିଲେ। ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ ସଭାକୁ ସଂଯୋଜନା କରିଥିଲେ। ବିଭାଗୀୟ ଅଧ୍ୟାପିକା ମାମାଲି ନାୟକ ଏବଂ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ଏହା ପୂର୍ବରୁ ଏମ୍‌ପି, ବିଧାୟକ ଏକ ପେଡ୍‌ ମା’କେ ନାମ୍‌ରେ ଗଣ ଯୋଗାଯୋଗ ବିଭାଗ କ୍ୟାମ୍ପସରେ ଚାରାରୋପଣ କରିଥିଲେ। ଶେଷରେ ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri