ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାକୁ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରଯୁକ୍ତିବିଦ୍ୟା ଆମ ସମାଜର ପ୍ରତ୍ୟେକ ଅଂଶ ଉପରେ ପ୍ରାଧାନ୍ୟ ବିସ୍ତାର କରୁଛି। ସଭ୍ୟତାର ଭବିଷ୍ୟତ ହିଁ ଶିକ୍ଷାର ଦିଗ ଓ ଗୁଣବତ୍ତା ଉପରେ ନିର୍ଭର କରେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମଙ୍ଗଳବାର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ବିପିୟୁଟି)ର ଏକାଡେମିକ ମିଟ୍‌ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ‘ନୂତନ ଶିକ୍ଷାନୀତି ୨୦୨୦ରେ ବୈଷୟିକ ତଥା ବୃତ୍ତିଗତ ଶିକ୍ଷାର ରୂପାନ୍ତର’ ଉପରେ ମତ ରଖିଥିଲେ। ସେ କହିଲେ, ଜାତୀୟ ଶିକ୍ଷା ନୀତି ୨୦୨୦ ଏକ ଅର୍ଥପୂର୍ଣ୍ଣ ପ୍ରୟାସ ଏବଂ ଶିକ୍ଷାର ସମସ୍ତ ସ୍ତରରେ ଦିଗ ସ୍ଥିର କରିଛି। ବିଶିଷ୍ଟ ବୈଜ୍ଞାନିକ କେ. କସ୍ତୁରୀରଙ୍ଗାନଙ୍କ ଦ୍ୱାରା ପ୍ରସ୍ତୁତ ଏହି ନୀତି ଆମର ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛି। ଏହି ବୈଠକ ଶିକ୍ଷା ନୀତି ମଧ୍ୟରେ ନୂତନ ନୀତି ଉପରେ ସଚେତନତା ଆଣିବାରେ ସାହାଯ୍ୟ କରିବ। ବୈଷୟିକ ଶିକ୍ଷାର ରୂପାନ୍ତର ପ୍ରୟାସରେ ରାଜ୍ୟ ସରକାର ସମସ୍ତ ଆବଶ୍ୟକ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି।
ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼େଇ ଯୋଗଦେଇ ୫-ଟି ପ୍ରୟୋଗ ଦ୍ୱାରା ବିଭିନ୍ନ କ୍ଷେତ୍ରରେ ରାଜ୍ୟରେ ହୋଇଥିବା ପରିବର୍ତ୍ତନ ବିଷୟରେ କହିଥିଲେ। ବିପିୟୁଟି କୁଳପତି ପ୍ରଫେସର ବଂଶୀଧର ମାଝି ସ୍ବାଗତ ଭାଷଣ ଓ ରେଜିଷ୍ଟ୍ରାର ଧନ୍ୟବାଦ ଦେଇଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌, ମୁଖ୍ୟ ସଚିବ ଉଷା ପାଢ଼ୀ, ଆଇଆଇଟି ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ୍‌ କରମଲ୍‌କର, ଆଇଆଇଏସ୍‌ସି ବେଙ୍ଗାଲୁରୁର ପୂର୍ବତନ ପ୍ରଫେସର ଏନ୍‌.ସି. ଶିବପ୍ରକାଶ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଏସ୍‌.କେ. ନାୟକ ଏବଂ ପେରି ଏଣ୍ଟରପ୍ରାଇଜେସ୍‌ର ସିଇଓ ଆର୍‌.ଆର୍‌. ମହାପାତ୍ର ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ବିଶ୍ୱବିଦ୍ୟାଳୟର ନୂତନ ଶିକ୍ଷା ନୀତି କାର୍ଯ୍ୟକାରୀ କରିବା ଏବଂ ଏହାର ବିଭିନ୍ନ ଦିଗ ଯେପରିକି ବହୁ-ଶୃଙ୍ଖଳିତ ପାଠ୍ୟକ୍ରମର ପ୍ରବର୍ତ୍ତନ, ଅନୁସନ୍ଧାନ, ଇନୋଭେଶନ ଏବଂ ର଼୍ୟାଙ୍କିଙ୍ଗରେ ଉନ୍ନତି ଆଣିବା, ଦକ୍ଷତା ବୃଦ୍ଧି, ବୈଷୟିକ ପାଇଁ ବ୍ୟାପକ ଢାଞ୍ଚା ସୃଷ୍ଟି ପାଇଁ ଯୋଜନା ରହିଛି। ବୈଷୟିକ ଶିକ୍ଷାରେ ସ୍ଥାନୀୟ ଭାଷାକୁ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ବିପିୟୁଟି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri