ଓଏସ୍‌ଆର୍‌ଟିସିକୁ ଟେକ୍ନୋଲୋଜି ସଭା ପୁରସ୍କାର

ଭୁବନେଶ୍ୱର, ୨୬ା୮(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ସମ୍ମାନଜନକ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ ଟେକ୍ନୋଲୋଜି ସଭା ପୁରସ୍କାର-୨୦୨୦ ହାସଲ କରିଛି। ପରିଚାଳନା ଓ ଦକ୍ଷତାରେ ଉନ୍ନତି ପାଇଁ ଡିପୋ ମ୍ୟାନେଜମେଣ୍ଟ ସିଷ୍ଟମରେ ଆଇଟି ବ୍ୟବହାର ଯୋଗୁ ଏହି ସଫଳତା ମିଳିଛି। ମୁଖ୍ୟତଃ ଏହି ଟେକ୍ନୋଲୋଜି ଦ୍ୱାରା ଓଏସ୍‌ଆର୍‌ଟିସି ଦୈନିକ ତଥା ମାସିକ ଭାବେ ଆୟ, ବ୍ୟୟ, ଯାତ୍ରୀ ଓ ଲଗେଜ୍‌ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଥାଏ। ଏଥିସହ ଯାତ୍ରା ବାତିଲ, ଆଗମନ ଏବଂ ଗସ୍ତରେ ବିଳମ୍ବ ସହ ରିପୋର୍ଟ ପ୍ରଦାନ, ବିଶ୍ଳେଷଣ ଓ ଦୁର୍ଘଟଣା ବିବରଣୀ ମଧ୍ୟ ଉପସ୍ଥାପନ କରିଥାଏ। ବର୍ତ୍ତମାନ ଓଡ଼ିଶାରେ ଓଏସ୍‌ଆର୍‌ଟିସିର ୨୩ଟି ବସ୍‌ ଡିପୋ ରହିଛି। ଯାହାକୁ ପରିଚାଳନା କରିବା ଓଏସ୍‌ଆର୍‌ଟିସି ପାଇଁ ଏକ ବଡ଼ ଆହ୍ବାନ। ଏବେ ସମସ୍ତ ଡିପୋରେ ଏହି ଟେକ୍ନୋଲୋଜି ଉପଯୋଗ କରିବା ପାଇଁ ଆମେ ଚେଷ୍ଟିତ ବୋଲି ଓଏସ୍‌ଆର୍‌ଟିସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା କହିଛନ୍ତି। ଉଲ୍ଲେଖଯୋଗ୍ୟ, କୌଣସି ସରକାରୀ ବିଭାଗକୁ ଭାରତୀୟ ଏକ୍ସପ୍ରେସ୍‌ ଟେକ୍ନୋଲୋଜି ସଭା ପୁରସ୍କାର ପ୍ରଦାନ କରାଯାଏ। ଉକ୍ତ ବିଭାଗ ଏକ ନିର୍ଦ୍ଦିଷ୍ଟ ଟେକ୍ନୋଲୋଜିିର ପ୍ରୟୋଗ କରି ହିତାଧିକାରୀଙ୍କ ପାଇଁ ବ୍ୟବହାର କରିଥାଏ। ଏହି କ୍ଷେତ୍ରରେ ଓଏସ୍‌ଆର୍‌ଟିସି ଚଳିତ ବର୍ଷ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବାରୁ ଉକ୍ତ ପୁରସ୍କାର ହାତେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri