‘ଓଡ଼ିଶା ଦେଶର ଟେକ୍ନୋଲୋଜି ରିସୋର୍ସ ହବ୍‌’

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳର ଇନ୍‌ଫୋସିଟି ନିକଟ ଓ-ହବ୍‌ଠାରେ ଆଇବିଏମ୍‌ର କ୍ଲାଏଣ୍ଟ ଇନୋଭେଶନ୍‌ ସେଣ୍ଟର(ସିଆଇସି)କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ପୂର୍ବ ଭାରତରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମ୍‌ର ଏହା ପ୍ରଥମ ଶାଖା କାର୍ଯ୍ୟାଳୟ। ଏହି ନୂତନ କେନ୍ଦ୍ରଟି ଭାରତର ଟେକ୍ନୋଲୋଜି ରିସୋର୍ସ ହବ୍‌ ଭାବେ ଓଡ଼ିଶାକୁ ସ୍ଥାନିତ କରିବ। ଭାରତରୁ ବିଶ୍ୱସ୍ତରୀୟ ଗ୍ରାହକଙ୍କୁ ସେବା ଯୋଗାଇବା ପାଇଁ କମ୍ପାନୀ ଏହାର କ୍ଷମତା ବୃଦ୍ଧି କରିବାକୁ ଚାହୁଁଥିବାବେଳେ ଏହି ଇନୋଭେଶନ ସେଣ୍ଟରରେ ୫୦୦ କର୍ମଚାରୀଙ୍କ ପାଇଁ କ୍ଷମତା ରହିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ କିଛିବର୍ଷ ମଧ୍ୟରେ ଓଡ଼ିଶା ଅନେକ କ୍ଷେତ୍ରରେ ସଫଳତା ପାଇଛି। ଓଡ଼ିଶା ବର୍ତ୍ତମାନ ଭାରତର ଏକ ଟେକ୍ନୋଲୋଜି ରିସୋର୍ସ ହବ୍‌ ଭାବେ ଗଣାହେଉଛି। ଭୁବନେଶ୍ୱରରେ ଥିବା ବହୁ ସୁଯୋଗକୁ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକାଂଶ ଆଇଟି କମ୍ପାନୀ ଭୁବନେଶ୍ୱରରେ ପାଦ ଦେଇଛନ୍ତି। ଏଠିକାର ପରିବେଶ, ସୁବିଧା ସେବା ଓଡ଼ିଶାକୁ ଏକ ପସନ୍ଦ ସ୍ଥଳରେ ପରିଣତ କରିଛି ବୋଲି ସେ କହିଛନ୍ତି। ଆଇବିଏମ୍‌ ସେଣ୍ଟର ରାଜ୍ୟ ଆଇଟି ଇକୋସିଷ୍ଟମକୁ ଆହୁରି ବୃଦ୍ଧି କରିବ ଏବଂ ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ ବୋଲି ରାଜ୍ୟ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଆଇଟି ସଚିବ ମନୋଜ କୁମାର ମିଶ୍ର କହିଛନ୍ତି।
‘ମେକ୍‌ ଇନ୍‌ ଓଡ଼ିଶା’ରେ ଆଇବିଏମ୍‌ ଓଡ଼ିଶା ଆସିଛି। ସେପ୍ଟେମ୍ବରରେ ଆଇବିଏମ୍‌ ଓଡ଼ିଶାରେ ତା’ର କାର୍ଯ୍ୟାଳୟ ଖୋଲିବା ପାଇଁ ଘୋଷଣା କରିଥିଲା। ମାତ୍ର ମାସକ ପରେ ଓଡ଼ିଶାରେ ଆଇବିଏମ୍‌ ତା’ର କାର୍ଯ୍ୟାଳୟ ଖୋଲିଛି। ଓଡ଼ିଶା ସରକାରଙ୍କ ଶିଳ୍ପନୀତିକୁ ଏଥିପାଇଁ ପ୍ରଶଂସା କରାଯାଉଛି।
ସୂଚନାଯୋଗ୍ୟ, ଇନଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଦେଶର ବିଭିନ୍ନ ସହରକୁ ଯାଇ ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ଶିଳ୍ପପତିଙ୍କୁ ଆମନ୍ତ୍ରଣ କରୁଛନ୍ତି। ନିକଟରେ ମୁମ୍ବାଇ, ବେଙ୍ଗାଲୁରୁରେ ଇନ୍‌ଭେଷ୍ଟର୍ସ ମିଟ୍‌ ଓଡି଼ଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେହିଭଳି ଆଉଏକ ଇନ୍‌ଭେଷ୍ଟର୍ସ ମିଟ୍‌ ପାଇଁ ମୁଖ୍ୟମନ୍ତ୍ରୀ ରବିବାର ହାଇଦ୍ରାବାଦ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri