ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ସୂଚାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି। ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ। କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।
ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri