‘ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ କିଶୋର’

ଭୁବନେଶ୍ୱର,୩୯(ସରୋଜ ଜେନା): ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ନିଜର ଚମତ୍କାର ପ୍ରଦର୍ଶନ ଜରିଆରେ ସମସ୍ତଙ୍କ ହୃଦୟ ଜିତିଥିବା ଜାଭେଲିନ୍‌ ଥ୍ରୋୟର କିଶୋର ଜେନାଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି ଓଡ଼ିଶା ସରକାର। ବିଶ୍ୱ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥତ୍କ ପୁରସ୍କାର ଘୋଷଣା କରାଯାଇଥିଲା। ଶୁକ୍ରବାର କିଶୋର ନୂଆଦିଲ୍ଲୀରୁ ଫେରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି ା ଶନିବାର କିଶୋର ଜେନାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଓଡ଼ିଆ ଆଥ୍‌ଲେଟ ଭାବରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଥିବା କିଶୋର ଫାଇନାଲରେ ପହଞ୍ଚିଥିଲେ। ହଙ୍ଗେରୀର ରାଜଧାନୀ ବୁଦାପେଷ୍ଟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ଫାଇନାଲରେ କିଶୋର କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ କରି ପଞ୍ଚମ ସ୍ଥାନରେ ରହିଥିଲେ। ଫାଇନାଲରେ ନୀରଜ ଚୋପ୍ରା ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ କିଶୋର ୮୪.୭୭ ମିଟର ଥ୍ରୋ ସହିତ ପଞ୍ଚମ ସ୍ଥାନରେ ରହିଥିଲେ।
ଶନିବାର କିଶୋରଙ୍କୁ ପୁରସ୍କୃତ କରିବା ସହିତ ମୁଖ୍ୟମନ୍ତ୍ରୀ ବେଶ୍‌ ପ୍ରଶଂସା କରିଥିଲେ। କିଶୋରଙ୍କ ଏହି ସଫଳତା କେବଳ ତାଙ୍କର ନୁହେଁ ବରଂ ସମଗ୍ର ଓଡ଼ିଶାର ଏହା ସଫଳତା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଏହି ସଫଳତା ରାଜ୍ୟର ଯୁବ ଖେଳାଳିଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ଖେଳାଳି ଭାବରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବା ସହିତ ଫାଇନାଲରେ ପ୍ରବେଶ କରିବା ଏକ ବୃହତ୍‌ ଉପଲବ୍ଧି। ରାଜ୍ୟରେ କ୍ରୀଡ଼ା ପ୍ରତିଭାଙ୍କ ଅଭାବ ନାହିଁ ବୋଲି ଆଉଥରେ ପ୍ରମାଣ କରିଛନ୍ତି କିଶୋର। ଏମିତି କ୍ରୀଡ଼ା ପ୍ରତିଭାଙ୍କୁ ଆଗକୁ ବଢ଼ିବା ପାଇଁ ସୁଯୋଗ ଦେବା ଆମର ଏକମାତ୍ର ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଏହା ପୂର୍ବରୁ କିଶୋରଙ୍କୁ କଳିଙ୍ଗ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିଲା। କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା ଓ କ୍ରୀଡା ନିର୍ଦ୍ଦେଶକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ କିଶୋରଙ୍କ ବ୍ୟତୀତ ସ୍ପୋଟର୍‌ସ ହଷ୍ଟେଲରେ ରହିଥିବା ତାଙ୍କର କୋଚ୍‌ମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା।ସ୍ପୋଟର୍‌ସ ହଷ୍ଟେଲ ଓ ଆଥଲେଟିକ୍ସ ଏଚ୍‌ପିସିର ଖେଳାଳି ମାନେ କିଶୋରଙ୍କ ସହିତ ଆଲୋଚନାର ସୁଯୋଗ ପାଇଥିଲେ।
୧୯୯୫ ସେପ୍ଟେମ୍ବର ୬ରେ ପୁରୀର ବ୍ରହ୍ମଗିରିସ୍ଥିତ କୋଠସାହି ଗ୍ରାମରେ କିଶୋର ଜେନାଙ୍କ ଜନ୍ମ। ତାଙ୍କ ମା’ ହେଉଛନ୍ତି ହରପ୍ରିୟା ଜେନା ଓ ବାପା କେଶବ ଜେନା। ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସରୁ ପ୍ରଶିକ୍ଷଣ ନେଇ ଆଗକୁ ବଢ଼ିଥିବା ଏହି ଆଥ୍‌ଲେଟ ପ୍ରତିଭା ଜଣଙ୍କ କଲମ୍ବୋରେ ଅନୁଷ୍ଠିତ ଶ୍ରୀଲଙ୍କା ନ୍ୟାଶନାଲ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ୮୪.୩୮ ମିଟର ଥ୍ରୋ କରି ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ପ୍ରଥମ ଥର ଏକ ବିଶ୍ୱ ଚାମ୍ପିୟନଶିପ୍‌ ଫାଇନାଲ ଖେଳୁଥିଲେ ମଧ୍ୟ ନର୍ଭସ ନ ହୋଇ ୮୪.୭୭ ମିଟର ଥ୍ରୋ ସହିତ ପଞ୍ଚମ ସ୍ଥାନରେ ରହି ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ଏହା ପୂର୍ବରୁ କିଶୋରଙ୍କୁ ସିଆଇଏସ୍‌ଏଫ୍‌ ପକ୍ଷରୁ ୧ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri