‘ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ କିଶୋର’

ଭୁବନେଶ୍ୱର,୩୯(ସରୋଜ ଜେନା): ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ନିଜର ଚମତ୍କାର ପ୍ରଦର୍ଶନ ଜରିଆରେ ସମସ୍ତଙ୍କ ହୃଦୟ ଜିତିଥିବା ଜାଭେଲିନ୍‌ ଥ୍ରୋୟର କିଶୋର ଜେନାଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି ଓଡ଼ିଶା ସରକାର। ବିଶ୍ୱ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥତ୍କ ପୁରସ୍କାର ଘୋଷଣା କରାଯାଇଥିଲା। ଶୁକ୍ରବାର କିଶୋର ନୂଆଦିଲ୍ଲୀରୁ ଫେରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି ା ଶନିବାର କିଶୋର ଜେନାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଓଡ଼ିଆ ଆଥ୍‌ଲେଟ ଭାବରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଥିବା କିଶୋର ଫାଇନାଲରେ ପହଞ୍ଚିଥିଲେ। ହଙ୍ଗେରୀର ରାଜଧାନୀ ବୁଦାପେଷ୍ଟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ଫାଇନାଲରେ କିଶୋର କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ କରି ପଞ୍ଚମ ସ୍ଥାନରେ ରହିଥିଲେ। ଫାଇନାଲରେ ନୀରଜ ଚୋପ୍ରା ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ କିଶୋର ୮୪.୭୭ ମିଟର ଥ୍ରୋ ସହିତ ପଞ୍ଚମ ସ୍ଥାନରେ ରହିଥିଲେ।
ଶନିବାର କିଶୋରଙ୍କୁ ପୁରସ୍କୃତ କରିବା ସହିତ ମୁଖ୍ୟମନ୍ତ୍ରୀ ବେଶ୍‌ ପ୍ରଶଂସା କରିଥିଲେ। କିଶୋରଙ୍କ ଏହି ସଫଳତା କେବଳ ତାଙ୍କର ନୁହେଁ ବରଂ ସମଗ୍ର ଓଡ଼ିଶାର ଏହା ସଫଳତା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଏହି ସଫଳତା ରାଜ୍ୟର ଯୁବ ଖେଳାଳିଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ଖେଳାଳି ଭାବରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବା ସହିତ ଫାଇନାଲରେ ପ୍ରବେଶ କରିବା ଏକ ବୃହତ୍‌ ଉପଲବ୍ଧି। ରାଜ୍ୟରେ କ୍ରୀଡ଼ା ପ୍ରତିଭାଙ୍କ ଅଭାବ ନାହିଁ ବୋଲି ଆଉଥରେ ପ୍ରମାଣ କରିଛନ୍ତି କିଶୋର। ଏମିତି କ୍ରୀଡ଼ା ପ୍ରତିଭାଙ୍କୁ ଆଗକୁ ବଢ଼ିବା ପାଇଁ ସୁଯୋଗ ଦେବା ଆମର ଏକମାତ୍ର ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଏହା ପୂର୍ବରୁ କିଶୋରଙ୍କୁ କଳିଙ୍ଗ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିଲା। କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା ଓ କ୍ରୀଡା ନିର୍ଦ୍ଦେଶକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ କିଶୋରଙ୍କ ବ୍ୟତୀତ ସ୍ପୋଟର୍‌ସ ହଷ୍ଟେଲରେ ରହିଥିବା ତାଙ୍କର କୋଚ୍‌ମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା।ସ୍ପୋଟର୍‌ସ ହଷ୍ଟେଲ ଓ ଆଥଲେଟିକ୍ସ ଏଚ୍‌ପିସିର ଖେଳାଳି ମାନେ କିଶୋରଙ୍କ ସହିତ ଆଲୋଚନାର ସୁଯୋଗ ପାଇଥିଲେ।
୧୯୯୫ ସେପ୍ଟେମ୍ବର ୬ରେ ପୁରୀର ବ୍ରହ୍ମଗିରିସ୍ଥିତ କୋଠସାହି ଗ୍ରାମରେ କିଶୋର ଜେନାଙ୍କ ଜନ୍ମ। ତାଙ୍କ ମା’ ହେଉଛନ୍ତି ହରପ୍ରିୟା ଜେନା ଓ ବାପା କେଶବ ଜେନା। ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସରୁ ପ୍ରଶିକ୍ଷଣ ନେଇ ଆଗକୁ ବଢ଼ିଥିବା ଏହି ଆଥ୍‌ଲେଟ ପ୍ରତିଭା ଜଣଙ୍କ କଲମ୍ବୋରେ ଅନୁଷ୍ଠିତ ଶ୍ରୀଲଙ୍କା ନ୍ୟାଶନାଲ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ୮୪.୩୮ ମିଟର ଥ୍ରୋ କରି ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ପ୍ରଥମ ଥର ଏକ ବିଶ୍ୱ ଚାମ୍ପିୟନଶିପ୍‌ ଫାଇନାଲ ଖେଳୁଥିଲେ ମଧ୍ୟ ନର୍ଭସ ନ ହୋଇ ୮୪.୭୭ ମିଟର ଥ୍ରୋ ସହିତ ପଞ୍ଚମ ସ୍ଥାନରେ ରହି ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ଏହା ପୂର୍ବରୁ କିଶୋରଙ୍କୁ ସିଆଇଏସ୍‌ଏଫ୍‌ ପକ୍ଷରୁ ୧ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri