OSRTC ବିଭାଗ ଜମିକୁ ଜବରଦଖଲ ଉଚ୍ଛେଦ କଲା ତହସିଲ ପ୍ରଶାସନ, ବଢ଼ିଲା…

ପଟ୍ଟାଙ୍ଗି,୨।୫(ଶରତ କୁମାର ଧଳ): OSRTC ବିଭାଗର ଜମିକୁ ଦୀର୍ଘ ବର୍ଷ ଧରି ଜବର ଦଖଲ କରି ରହିଥିବା ଲୋକଙ୍କ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଆରମ୍ଭ ହୋଇଛି ଉଚ୍ଛେଦ। ଏହି ସମୟରେ ଉକ୍ତ ବିଭାଗର ଜମିକୁ ଜବର ଦଖଲ କରି ରହିଥିବା ଲୋକଙ୍କ ମଧ୍ୟରେ ଚିନ୍ତା ବଢାଇ ଦେଇଛି।
ସୂଚନା ଅନୁଯାୟୀ, ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ତଥା ତହସିଲ କାର୍ଯ୍ୟାଳୟ ତଥା ପଟ୍ଟାଙ୍ଗି ମୌଜାର ପ୍ଲଟ ନଂ ୫୩୮ ଏବଂ ଖାତା ନଂ ୨୨୩/୨ ରେ ରାଜ୍ୟ ପରିବହନ ବିଭାଗର ରହିଥିବା ୪୭ ଡିସିମିଲ ଜମିକୁ କିଛି ଲୋକ ଅକ୍ତିଆର କରି ଦୀର୍ଘ ବର୍ଷ ହେଲା ବସବାସ କରି ଜବରଦଖଲ କରିଥିଲେ। ଏହିପରି ଉକ୍ତ ବିଭାଗର ଜମିରେ ପଟ୍ଟାଙ୍ଗି ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ୧୬ଟି ଷ୍ଟଲ ନିର୍ମାଣ କରି ବିଭିନ୍ନ ବ୍ୟବସାୟୀମାନଙ୍କୁ ଭଡ଼ା ସୂତ୍ରରେ ଦେଇଥିଲା। ଯାହାକୁ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଜମି ଖାଲି କରିବା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହୋଇଥିଲା। ଏହାପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ମପାଚୁପା ଆରମ୍ଭ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରିବା ପାଇଁ ଆରମ୍ଭ ହୋଇଥିଲା ପ୍ରକ୍ରିୟା। ଯେଉଁଥିପାଇଁ କି କିଛି ଜବରଦଖଲ କାରି ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇ ଷ୍ଟେ କରି ଦିନ ଗଡାଇ ଚାଲିଥିଲେ।
ବର୍ତ୍ତମାନ ଷ୍ଟେ ଅବଧି ସରିବା ପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜବର ଦଖଲକାରୀଙ୍କୁ ବ୍ୟକ୍ତିଗତ ଭାବେ  ନୋଟିସ କରି ଜମି ଛାଡିବା ପାଇଁ ଅବଗତ କରାଇଥିଲା। ଏହା ସତ୍ତ୍ୱେ ମଧ୍ୟ ଜବରଦଖଲ କାରି ଜମି ଛାଡ଼ି ନ ଥିଲେ। ଯେଉଁଥିପାଇଁ ତହସିଲ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟ ପରିବହନ ବିଭାଗଙ୍କ ଜିଲା ଅଧିକାରୀଙ୍କଠାରୁ ଆରମ୍ଭ କରି କର୍ମଚାରୀଙ୍କ ଉପସ୍ଥିତିରେ ପୋଲିସ ଫୋର୍ସ ଲଗାଇ ସମସ୍ତ ଷ୍ଟଲ ଏବଂ ଘର ଭାଙ୍ଗିବା କାର୍ଯ୍ୟକ୍ରମ ଆରମ୍ଭ କରିଛି। ସେପଟେ ଉକ୍ତ ଜବରଦଖଲକାରୀଙ୍କ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହେବାକୁ ଥିବା ନୂତନ ବସଷ୍ଟାଣ୍ଡ ନିର୍ମାଣ କରିବାରେ ବିଳମ୍ବ ହୋଇ ଚାଲିଥିଲା। ଉକ୍ତ ଜବରଦଖଲ ଉଚ୍ଛେଦ ସମୟରେ ସ୍ଥାନୀୟ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ, ରାଜସ୍ବ ନିରୀକ୍ଷକ ତ୍ରିନାଥ ଶିଶା ପ୍ରମୁଖଙ୍କ ସହ ଜିଲା ରାଜ୍ୟ ପରିବହନ ବିଭାଗ ଅଧିକାରୀ ଆରୁଷୀ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ। ଅନ୍ୟପକ୍ଷରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ଉପସ୍ଥିତ ରହିଥିଲେ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?