ତହସିଲ କର୍ମଚାରୀଙ୍କ ମିଳିଲା ଝୁଲନ୍ତା ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ବୈଶିଙ୍ଗା,୧୪।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ମୁଖ୍ୟ ବଜାର ଧର୍ମଶାଳା ସମ୍ମୁଖ ବାସଭବନରୁ ସୋମବାର ଜଣେ ତହସିଲ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି।

ମିଳିଥିବା ସୂଚନା ମୁତାବକ, ବେତନଟୀର ବିଶ୍ୱଜିତ ପରିଡା ରବିବାର ସାରେ ଘରକୁ ଫେରି ରୁମରେ କବାଟ ବନ୍ଦ କରି ଶୋଇଥିଲେ। ସୋମବାର ସକାଳେ ଉଠିବାରେ ବିଳମ୍ବ ହେବାରୁ ପରିବାର ଲୋକେ କବାଟ ବାଡେଇ ଥିଲେ। ହେଲେ ବିଶ୍ୱଜିତ କବାଟ ଖୋଲି ନ ଥିଲେ। ପରିବାର ଲୋକେ ବାରମ୍ବାର ଡାକିବା ସତ୍ତ୍ୱେ ବିଶ୍ୱଜିତ କବାଟ ନ ଖୋଲିବାରୁ ପଡୋଶୀଙ୍କୁ ଡାକି କବାଟ ଭାଙ୍ଗି ଥିଲେ। ହେଲେ ଘର ଭିତରେ ବିଶ୍ୱଜିତଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବିଶଜିତ ସୋଫା କଭରରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ବେତନଟୀ ତହସିଲରେ ଆଉଟ୍‌ ସୋର୍ସିଂରେ ନିଯୁକ୍ତି ପାଇଥିବା ବେଳେ ତାଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଅନ୍ୟପକ୍ଷେ ବେତନଟୀ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri