ଦୁର୍ବ୍ୟବହାର ପ୍ରତିବାଦରେ କାର୍ଯ୍ୟ ବନ୍ଦ କଲେ ତହସିଲ କର୍ମଚାରୀ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ ଅଫିସରେ ଆରଓଆର ସାର୍ଟିଫାଏଡ୍‌ କପି ମଗା ଘଟଣାକୁ ନେଇ ଗୁରୁବାର ଓକିଲ ଓ ତହସିଲ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ତେବେ ଉକ୍ତ ଘଟଣାକୁ ନେଇ କାର୍ଯ୍ୟ ବନ୍ଦ କରିଛନ୍ତି ତହସିଲ କର୍ମଚାରୀ। ଶୁକ୍ରବାର ପୁଣି କାମ ବନ୍ଦ ରଖିଛନ୍ତି ତହସିଲ କର୍ମଚାରୀ। ଘଟଣାସ୍ଥଳରେ ଉପଜିଲାପାଳ ପହଞ୍ଚି ଅନୁଧ୍ୟାନ କରୁଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ଦୁଇ ଓକିଲ ପ୍ରଭାସ ମିଶ୍ର ଓ ଡୋଲାମଣି ପ୍ରଧାନ ସ୍ଥାନୀୟ ତହସିଲ ଅଫିସକୁ ସାର୍ଟିଫାଏଡ କପି ମାଗିବାକୁ ଯାଇଥିଲେ। ସେଠାରେ ତହସିଲଦାର, ଅତିରିକ୍ତ ତହସିଲଦାର କି ଅନ୍ୟ କୌଣସି ଅଧିକାରୀ ନ ଥିବାରୁ ମୁଖ୍ୟ କିରାଣି ରୀନା ପାଣିଗ୍ରାହୀଙ୍କ ପାଖକୁ ଯାଇ ଆରଓଆର୍‌ ସାର୍ଟିଫାଏଡ୍‌ କପି କଥା ପଚାରିଥିଲେ। ତାଙ୍କୁ ପଚାରିବାରୁ ସେ ଏ ନେଇ କୁଆଡେ କିଛି ଜାଣିନାହାନ୍ତି ବୋଲି କହିଥିଲେ। ଏହି କଥାକୁ ନେଇ ଦୁଇ ଓକିଲ ଓ ମୁଖ୍ୟ କିରାଣି ପାଣିଗ୍ରାହୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା।
ଏହାପର ଦୁଇ ଓକିଲ ଓ ତହସିଲ ଅଫିସ ମୁଖ୍ୟ କିରାଣି ପରସ୍ପର ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ। ତହସିଲ ଅଫିସରେ କୌଣସି ଅଧିକାରୀ କି କର୍ମଚାରୀ ରହୁନାହାନ୍ତି କି ଲୋକଙ୍କ ସାଧାରଣ କାମ କରୁନାହାନ୍ତି। ଅଯଥା ଲାଞ୍ଚ ମାଗୁଛନ୍ତି ବୋଲି ଓକିଲମାନେ ଅଭିଯୋଗ ଆଣିଥିଲେ। ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ତହସିଲ କର୍ମଚାରୀ ଅବଗତ କରି ଶାନ୍ତିପୂର୍ଣ୍ଣ ପ୍ରତିବାଦ ପାଇଁ ଅନୁମତି ଦେବାକୁ ଲିଖିତ ଜଣାଇଥିଲେ। ଓକିଲଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଓକିଲ ସଂଘ ଆନ୍ଦୋଳନକୁ ଓହ୍ଳାଇବ ବୋଲି ସଂଘ ସମ୍ପାଦକ ପ୍ରମୋଦ ବହିଦାର କହିଥିବା ବେଳେ ତହସିଲ ଅଫିସ କର୍ମଚାରୀମାନେ ଅଫିସରୁ ବାହାରି ବାରଣ୍ଡାରେ କାର୍ଯ୍ୟ ବନ୍ଦ କରିଥିଲେ। ଏହି ଘଟଣାରେ ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖାଯାଇଥିଲା। ଚପଲ ଫିଙ୍ଗା ଘଟଣାକୁ ମୁଖ୍ୟ କିରାଣି ପାଣିଗ୍ରାହୀ ଖଣ୍ଡନ କରିଛନ୍ତି। ଏ ନେଇ ଟାଉନ୍‌ ଥାନାରେ ଉଭୟ ପକ୍ଷ ଅଭିଯୋଗ ଆଧାରରେ ଦୁଇଟି ମାମଲା (୮୫୯ ଓ ୮୬୦/୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri