କାରଖାନା ପାଇଁ ଜମି ଛାଡିବାକୁ ଅମଙ୍ଗ, ତହସିଲ ଘେରାଉ

କେନ୍ଦୁଝର,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବିରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରବର୍ତ୍ତନ ପାଇଁ ଗ୍ରାମବାସୀଙ୍କୁ ନୋଟିସ କରାଯାଇଛି। ଏହି ଜମିକୁ ଇଡକୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ। ଏଥିପାଇଁ କିସମ ପରିବର୍ତ୍ତନ ଏବଂ ଜବରଦଖଲ ଉଚ୍ଛେଦ ପାଇଁ ସର୍ବସାଧାରଣ ଇସ୍ତାହାର କରାଯାଇଛି। ଏହି ନୋଟିସରେ ପଥରବଣି, ଜଳାଶୟ, ନାଳ କିସମ, ଗୋଦାଣ୍ଡ, ରାସ୍ତା,ପର୍ବତ, ଝାଟି ଜଙ୍ଗଲ, ନୟନଝରି ଓ ଦାଣ୍ଡ ରହିିଛି। ଯାହାକୁ ବିରକିଶୋରପୁର ଗ୍ରାମବାସୀ ବିରୋଧ କରି ଗୁରୁବାର ସଦର ତହସିଲାଦାରଙ୍କ କାର୍ଯାଳୟକୁ ଯାଇ ଏହାର ପ୍ରତିିବାଦ କରି ଘେରାଉ କରିଛନ୍ତି। ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ,ଏହି ଜମି ଦେବାକୁ ଗ୍ରାମବାସୀ ପୂର୍ବରୁ ବାରମ୍ବାର ବିରୋଧ କରି ଆସୁଛନ୍ତି। ଗ୍ରାମର ଅନେକ ଲୋକଙ୍କ କମ୍‌ ଜମି ଥିବାରୁ ସରକାରୀ ଜମି ଅଧିଗ୍ରହଣ ହେଲେ ଲୋକଙ୍କ ଜୀବନଜୀବିକା ପ୍ରଭାବିତ ହେବ। ଏହି ଜମି ଉପରେ ଲୋକମାନେ ଦୀର୍ଘ ବର୍ଷ ହେଲା ନିର୍ଭର ତେଣୁ ଏହାକୁ ଛାଡିବାକୁ ଅମଙ୍ଗ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri