Posted inକଟକ

ଗୋଚର ଜମି ଜବରଦଖଲ, ପ୍ରତିବାଦରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୨୯ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ  ଗୋଚର ଜମିକୁ ଜବରଦଖଲ କରାଯାଇଛି। ଏଠାରେ ଚାଲିଥିବା ବେଆଇନ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଶନିବାର ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ଧାରଣା ଦିଆଯାଇଛି। ଓରତି ପଞ୍ଚାୟତର ୩ଟି ରାଜସ୍ବ ଗ୍ରାମର ଗ୍ରାମବାସୀ ଏହି ଘଟଣାକୁ ନେଇ ରାଜସ୍ବ ସଚିବ, କମିଶନ ମାନବ ଅଧିକାର ଓ ସ୍ଥାନୀୟ ତହସିଲଦାରଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବାରୁ ବାଧ୍ୟ ହୋଇ ସେମାନେ ଆଜି ତହସିଲ ସମ୍ମୁଖରେ ଧାରଣାରେ ବସିଥିଲେ। ଯଦି ସମସ୍ୟାର ସମାଧାନ ନ ହୁଏ ତେବେ ଧାରଣା ଜାରି ରହିବା ସହିତ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି। ଏପଟେ ଅତିରିକ୍ତ ତହସିଲଦାର କହୁଛନ୍ତି ଅଭିଯୋଗ ପାଇଲା ପରେ ଆମେ ଆର୍‌ଆଇଙ୍କୁ ନିର୍ଦ୍ଦେଶ ଦେଇ କାର୍ଯ୍ୟଟିକୁ ବନ୍ଦ କରିଦେଇଛୁ।

ସୂଚନାନୁଯାୟୀ କିପରି ପ୍ରଶାସନର ଆଢୁଆଳରେ ଏହି ଗୋଚର ଜମିରେ କାର୍ଯ୍ୟଟି କରୁଛନ୍ତି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏହି ଧାରଣା ଭାଜପା ମଣ୍ଡଳ ସଭାପତି ଅଶୋକ ସାହୁ,ପୂର୍ବତନ ଅଧ୍ୟକ୍ଷ ପଞ୍ଚାୟତ ସମିତି ନିଶ୍ଚିନ୍ତକୋଇଲି କମଳା ବସ୍ତିଆ,ବସନ୍ତ ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଅତିରିକ୍ତ ତହସିଲଦାର ବନାନୀ ମହାପାତ୍ର କୁହନ୍ତି ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆସିବା ପରେ କାମ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?