ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆର୍‌ଆଇ) ତଥା ଡିଲିଂ କ୍ଲର୍କ ରାମନାଥ ମିଶ୍ର କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ଚାନ୍ଦୋପଲା ଗଁାର ଜମି ମାଲିକ ସତ୍ୟ ନାରାୟଣ ପ୍ରଧାନୀ ଓ ତାଙ୍କ ଭଉଣୀ କୁମୁଦିନୀ ପ୍ରଧାନୀଙ୍କ ଅଜାଣତରେ ଜମି ଜାଲିଆତି ହୋଇଥିଲା। କୋମନା ସବରେଜିଷ୍ଟ୍ରି କାର୍ଯ୍ୟାଳୟରେ ନକଲି ଜମି ମାଲିକଙ୍କୁ ଛିଡା କରି ୪ ଏକର ୪୦ ଡେସିମିଲ ଜମି ବିକ୍ରୟ ହୋଇଥିଲା। ଜମି ମାଲିକ ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ କରିବାକୁ ଯାଇଥିବା ସମୟରେ ତାଙ୍କ ନାମରେ ଜମି ପଟ୍ଟା କମ୍ପ୍ୟୁଟରରେ ନ ଦେଖାଇବାରୁ ସନ୍ଦେହ କରି କୋମନା ତହସିଲରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତ ଏହାର ତଦନ୍ତ ଆରମ୍ଭ କରିଥିଲେ। ରଏତ ତଦନ୍ତ ରିପୋର୍ଟ ଦାଖଲ କରିବା ପରେ ଜିଲା ପ୍ରଶାସନ ପକ୍ଷରୁ ତହସିଲଦାର ଜାଲଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଥିଲା। ସେହିପରି କୋମନା ସବ୍‌ରେଜିଷ୍ଟ୍ରାର ଅଫିସର ଡାଟା ଏଣ୍ଟ୍ରି ଅପରେଟର ଶନିଶ୍ଚର ବେହେରାଙ୍କୁ ବୋଡେନ ସବ୍‌ରେଜିଷ୍ଟ୍ରାର ଅଫିସ ଓ ଡିଲିଂ କ୍ଲର୍କ ମିଶ୍ରଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ହେଲେ ଜମି ଜାଲିଆତି ମାମଲା ଗମ୍ଭୀର ହେବାରୁ ଜିଲାପାଳ ମଧୁସୂଦନ ଦାସ ପଦକ୍ଷେପ ନେଇଛନ୍ତି। ତାଙ୍କ ସୁପାରିଶ କ୍ରମେ ଓଡିଶା ସରକାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ସଂଖ୍ୟା-୩୬୦୫୩ରେ ମଙ୍ଗଳବାର ତହସିଲଦାର ଜାଲଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଏହି ଆଦେଶ ବଳବତ୍ତର ରହିଥିବା ପର୍ଯ୍ୟନ୍ତ ସେ ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ କାର୍ଯ୍ୟାଳୟ ସମ୍ବଲପୁରରେ ନିୟୋଜିତ ରହିବେ। କମିଶନରଙ୍କ ଆଦେଶ ବିନା କାର୍ଯ୍ୟାଳୟ ଛାଡି ଅନ୍ୟ କୌଣସି ସ୍ଥାନକୁ ଯାଇପାରିବେ ନାହିଁ ବୋଲି ଚିଠିରେ ଉଲ୍ଲେଖ ରହିଛି ା ସେହିପରି ଜିଲାପାଳଙ୍କ ଚିଠି ସଂଖ୍ୟା-୧୧୦୪୫ରେ ଏଆର୍‌ଆଇ ମିଶ୍ରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇ ବୋଡେନ ତହସିଲ କାର୍ଯ୍ୟାଳୟରେ ଅବସ୍ଥାପିତ କରାଯାଇଛି ା ଅଧିକାରୀଙ୍କ ବିନା ଅନୁମତିରେ ସେ କାର୍ଯ୍ୟାଳୟ ଛାଡି ବାହାରକୁ ଯାଇପାରିବେ ନାହିଁ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri