ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ଗିରଫ ହେଲେ ତହସିଲଦାର

ମହାକାଳପଡ଼ା,୧୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।
ତହସିଲଦାର ତାଙ୍କ ଆୟ ଠାରୁ ୧୯୦% ଅଧିକ ସମ୍ପତ୍ତି ଠୁଳ କରିଥିବା ସୂଚନାରୁ ଜଣାପଡ଼ିଛି।
ଗୁରୁବାର ଚଢ଼ାଉ ବେଳେ ଏତେ ପରିମାଣର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ତାଙ୍କର ୪ କୋଠା, ୭ ପ୍ଲଟ୍‌, ୧୮ ଲକ୍ଷ ଜମା, ନଗଦ ଦେଢ଼ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

ତହସିଲଦାର ଶିବ ମଲ୍ଲିକ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ମାଡ଼ି ବସିଥିଲା। ଜମି କିସମ ପରିବର୍ତ୍ତନ,ଦଖଲ ଖାରଜ, ଉଚ୍ଛେଦ କେସକୁ ନେଇ ଲାଞ୍ଚ ନେଉଥିବା ବେଳେ ରେଡହ୍ୟାଣ୍ଡରେ  ଧରାପଡ଼ିଥିଲେ। ତହସିଲ ଅଫିସରୁ ସେପ୍ଟେମ୍ବର ୨୩ରେ ନିଜ ହେପାଜତକୁ ନେଇଥିଲା  ଭିଜିଲାନ୍ସ ଟିମ୍।
ମିଳିଥିବା ସୂଚନାନୁସାରେ, ଉକ୍ତ ଅଞ୍ଚଳର ଗୋଜାବନ୍ଧ ଗାଁର ସୁଦର୍ଶନ ସ୍ବାଇଁଙ୍କଠାରୁ ଜମି ଦାଖଲ ଖାରଜ ଉଚ୍ଛେଦ ଓ କିସମ ପରିବର୍ତ୍ତନ ପାଇଁ ୨୦ ହଜାର ଟଙ୍କା ମାଗିିଥିଲେ। ଦାବି ମୁତାବକ ଅନ୍ତର୍ଯ୍ୟାମୀ ମଙ୍ଗଳବାର ଅପରାହ୍ନରେ ତହସିଲ ଅଫିସ ପଛ ପାଖ ସରକାରୀ  ବାସଗୃହକୁ ଟଙ୍କା ଦେବାକୁ ଯାଇଥିଲେ। ପୂର୍ବ ଯୋଜନା ମୁତାବକ ଆଗରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ ସେଠାରୁ କାବୁ କରିଥିଲା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri