ମହାକାଳପଡ଼ା,୨୩।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲଦାର ଶିବ ମଲିକ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ। ଜମି କିସମ ପରିବର୍ତ୍ତନ,ଦଖଲ ଖାରଜ, ଉଚ୍ଛେଦ କେସକୁ ନେଇ ଲାଞ୍ଚ ନେଉଥିବା ବେଳେ ରେଡହ୍ୟାଣ୍ଡରେ ଧରାପଡ଼ିଛନ୍ତି।
ମିଳିଥିବା ସୂଚନାନୁସାରେ, ଉକ୍ତ ଅଞ୍ଚଳର ଗୋଜାବନ୍ଧ ଗାଁର ସୁଦର୍ଶନ ସ୍ବାଇଁଙ୍କଠାରୁ ଜମି ଦାଖଲ ଖାରଜ ଉଚ୍ଛେଦ ଓ କିସମ ପରିବର୍ତ୍ତନ ପାଇଁ ୨୦ ହଜାର ଟଙ୍କା ମାଗିିଥିଲେ। ଦାବି ମୁତାବକ ଅନ୍ତର୍ଯ୍ୟାମୀ ମଙ୍ଗଳବାର ଅପରାହ୍ନରେ ତହସିଲ ଅଫିସ ପଛ ପାଖ ସରକାରୀ ବାସଗୃହକୁ ଟଙ୍କା ଦେବାକୁ ଯାଇଥିଲେ। ପୂର୍ବ ଯୋଜନା ମୁତାବକ ଆଗରୁ ଛକି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ସେଠାରୁ କାବୁ କରିଥିଲେ।
ତହସିଲଦାର ଶିବ ମଲିକଙ୍କୁ ଭିଜିଲାନ୍ସ ଟିମ୍ ଉଠାଇନେଇଛନ୍ତି। ପରେ ତହସିଲଦାରଙ୍କ ନିଜ ପୈତୃକ ଘରେ ଚଢ଼ାଉ ଜାରି ରହିଛି ବୋଲି କୁହାଯାଇଛି।