ବେଆଇନ କ୍ରସରରେ ତହସିଲଦାର-ପୋଲିସର ମିଳିତ ଚଢ଼ାଉ, ଜବତ ହେଲା କ୍ରସର ମେଶିନ

ବଲାଙ୍ଗୀର/ସଇଁତଳା,୩ା୯(ସୁନିଲ ମହାନ୍ତି, ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ବେଆଇନ କ୍ରସର୍‌ ଚାଲିଥିବା ନେଇ ଦୀର୍ଘଦିନରୁ ଅଭିଯୋଗ ହେଇଆସୁଥିଲା। ସଇଁତଳା ତହସିଲଦାର କୌଣସି ଏକ ସୂତ୍ରରୁ ଖବର ପାଇ ପୋଲିସ ସହାୟତାରେ ସଇଁତଳା ବ୍ଲକ କଅଁସର ପଞ୍ଚାୟତ କେଛୋମୁହାଣ କ୍ରସର ଉପରେ ଚଢ଼ାଉ କରିଥିଲେ l ଦୀର୍ଘ ସମୟ ହେଲା ଏଠାରେ ବେଆଇନ ପଥର ଖନନ ସାଙ୍ଗକୁ ବ୍ଲାଷ୍ଟିଂ ହେଉଥିଲା। ଗାଁ ଲୋକେ ଏ ବିଷୟରେ କେବେ ଅଭିଯୋଗ କରି ନ ଥିଲେ। ସଇଁତଳା ତହସିଲଦାର ଏ ବିଷୟରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ କ୍ରସର ମାଲିକଙ୍କୁ କାଗଜପତ୍ର ମାଗିଥିଲେ। କୌଣସି କାଗଜପତ୍ର ଦେଖାଇ ନ ପାରିବାରୁ ବଲାଙ୍ଗୀର ମାଇନ୍ସ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ମାଇନ୍ସ ବିଭାଗ, ପ୍ରଦୂଷଣ ବିଭାଗ ପହଞ୍ଚି କ୍ରସର ଯାଞ୍ଚ କରିଥିଲେ। ବେଆଇନ ଭାବେ ବିଦ୍ୟୁତ୍‌ ସଂଯୋଗ କରି କ୍ରସର ଚଳାଉଥିବା ଦେଖିବାକୁ ମିଳିଥିଲା। ଘୁନସର ଅଞ୍ଚଳ ଜଣେ ପଥର ମାଫିଆ ବେଆଇନ ଭାବରେ କ୍ରସର ଚଳାଇ ଆସୁଥିବା ଜଣାପଡ଼ିଥିଲା। ତହସିଲଦାର ଓ ପୋଲିସର ମିଳିତ ଚଢାଉ କରାଯିବା ପରେ ନିକଟସ୍ଥ ଡୁଙ୍ଗୁରିପାଲି ପଥର ଖନନଠାରେ କିଛି ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରିଥିଲେ। ଉକ୍ତ କ୍ରସରକୁ ସିଜ୍‌ କରାଯିବା ସହ ଏନେଇ ତହସିଲଦାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri