ବେଆଇନ କ୍ରସରରେ ତହସିଲଦାର-ପୋଲିସର ମିଳିତ ଚଢ଼ାଉ, ଜବତ ହେଲା କ୍ରସର ମେଶିନ

ବଲାଙ୍ଗୀର/ସଇଁତଳା,୩ା୯(ସୁନିଲ ମହାନ୍ତି, ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ବେଆଇନ କ୍ରସର୍‌ ଚାଲିଥିବା ନେଇ ଦୀର୍ଘଦିନରୁ ଅଭିଯୋଗ ହେଇଆସୁଥିଲା। ସଇଁତଳା ତହସିଲଦାର କୌଣସି ଏକ ସୂତ୍ରରୁ ଖବର ପାଇ ପୋଲିସ ସହାୟତାରେ ସଇଁତଳା ବ୍ଲକ କଅଁସର ପଞ୍ଚାୟତ କେଛୋମୁହାଣ କ୍ରସର ଉପରେ ଚଢ଼ାଉ କରିଥିଲେ l ଦୀର୍ଘ ସମୟ ହେଲା ଏଠାରେ ବେଆଇନ ପଥର ଖନନ ସାଙ୍ଗକୁ ବ୍ଲାଷ୍ଟିଂ ହେଉଥିଲା। ଗାଁ ଲୋକେ ଏ ବିଷୟରେ କେବେ ଅଭିଯୋଗ କରି ନ ଥିଲେ। ସଇଁତଳା ତହସିଲଦାର ଏ ବିଷୟରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ କ୍ରସର ମାଲିକଙ୍କୁ କାଗଜପତ୍ର ମାଗିଥିଲେ। କୌଣସି କାଗଜପତ୍ର ଦେଖାଇ ନ ପାରିବାରୁ ବଲାଙ୍ଗୀର ମାଇନ୍ସ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ମାଇନ୍ସ ବିଭାଗ, ପ୍ରଦୂଷଣ ବିଭାଗ ପହଞ୍ଚି କ୍ରସର ଯାଞ୍ଚ କରିଥିଲେ। ବେଆଇନ ଭାବେ ବିଦ୍ୟୁତ୍‌ ସଂଯୋଗ କରି କ୍ରସର ଚଳାଉଥିବା ଦେଖିବାକୁ ମିଳିଥିଲା। ଘୁନସର ଅଞ୍ଚଳ ଜଣେ ପଥର ମାଫିଆ ବେଆଇନ ଭାବରେ କ୍ରସର ଚଳାଇ ଆସୁଥିବା ଜଣାପଡ଼ିଥିଲା। ତହସିଲଦାର ଓ ପୋଲିସର ମିଳିତ ଚଢାଉ କରାଯିବା ପରେ ନିକଟସ୍ଥ ଡୁଙ୍ଗୁରିପାଲି ପଥର ଖନନଠାରେ କିଛି ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରିଥିଲେ। ଉକ୍ତ କ୍ରସରକୁ ସିଜ୍‌ କରାଯିବା ସହ ଏନେଇ ତହସିଲଦାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri