Posted inଜାତୀୟ

ତହସିଲଦାର୍‌ଙ୍କ ଘରେ ଚଡ଼ାଉ: ଭୟରେ ପୋଡ଼ିଦେଲେ ୨୦ ଲକ୍ଷ ନୋଟ୍‌

ଜୟପୁର,୨୫।୩: ଦୁର୍ନୀତି ନିବାରଣ ଟିମ୍‌ ଘରେ ଚଢ଼ାଇ କରିବା ପୂର୍ବରୁ ଜଣେ ତହସିଲଦାର୍‌ ଭୟରେ ଘରେ ଥିବା ୨୦ ଲକ୍ଷ ଟଙ୍କାର ନୋଟ୍‌ ଜଳାଇ ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ରାଜସ୍ଥାନର ସିରୋହି ଜିଲାରେ ଘଟିଛି। ସ୍ଥାନୀୟ ପିଣ୍ଡୋ ବାରାତ ତହସିଲଦାର୍‌ କଳ୍ପେଶ କୁମାର ଜୈନ ଦୁର୍ନୀତି ନିବାରଣ ଟିମ୍‌ ତାଙ୍କ ଘରୁକୁ ଆସୁଥିବାରୁ ଜାଣିପାରି କବାଟ ଝରକା ବନ୍ଦ କରି ଦେଇଥିଲେ। ଗ୍ୟାସ୍‌ ବର୍ନର ଉପରେ ଟଙ୍କା ଜମା କରି ଜଳାଇ ଦେଇଥିଲେ। କଳ୍ପେଶ କବାଟ ନ ଖୋଳିବାରୁ ଦୁର୍ନୀତି ନିବାରଣ ଟିମ୍‌ କବାଟ ଭାଙ୍ଗି ଘରେ ପଶିଥିଲେ। ଅଧା ଜଳା ନୋଟ୍‌ ସହିତ କଳ୍ପେଶଙ୍କୁ ଗିରଫ କରାଯାଇଛି। ଏହା ସହିତ ଲକ୍ଷେ ୬୦ ହଜାର ଟଙ୍କା ଜବତ କରାଯାଇଥିବା ଦୁର୍ନୀତି ନିବାରଣ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri