Posted inଜାତୀୟ

ମାଆଙ୍କ ଆଶୀର୍ବାଦ ବିନା ଶକ୍ତି ପ୍ରଦର୍ଶନ କଲେ ଲାଲୁ ନନ୍ଦନ

ପାଟନା,୧୧ ।୧୦: ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ହସନପୁର ବିଧାୟକ ତେଜ ପ୍ରତାପ ଯାଦବ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଉପରେ ଖପ୍ପା ହୋଇଛନ୍ତି ।  ସେ ତାଙ୍କ ଭାଇ ତେଜସ୍ୱୀ ଯାଦବଙ୍କଠାରୁ ରାଜନୀତି ମଇଦାନରେ ସମ୍ପୂର୍ଣ୍ଣ ଅଲଗା ହେବାକୁ ଚାହୁଁଛନ୍ତି । ଏମିତିକି ତାଙ୍କ ବିବାଦର ସମାଧାନ ପାଇଁ ସେ ମା’ ରାବ୍ରି ଦେବୀଙ୍କ ସହୟତା ମଧ୍ୟ ଲୋଡି ନାହାନ୍ତି । ସୋମବାର ତେଜପ୍ରତାପ ଲୋକମାନ୍ୟ ଜୟ ପ୍ରକାଶ ନାରାୟଣଙ୍କ ଜୟନ୍ତିରେ ପଦଯାତ୍ରାରେ ବାହାରିଛନ୍ତି । ପୂର୍ବରୁ ସେ କହିଥିଲେ କି ମା’ଙ୍କ ଆଶୀର୍ବାଦ ନେଇ ସେ ପଦଯାତ୍ରାରେ ବାହାରିବେ । ହେଲେ ଏବେ ବୋଧହୁଏ ସେ ମା’ଙ୍କ ଆଶୀର୍ବାଦ କଥା ଭୁଲି ଯାଇଛନ୍ତି । ସୂଚନାଯୋଗ୍ୟ, ରବିବାର ରାବ୍ରି ଦେବୀ ଦିଲ୍ଲୀରୁ ବିହାର ଫେରିଛନ୍ତି । ହେଲେ ସୋମବାର ତେଜ ପ୍ରତାପ ତାଙ୍କ ରାଲି ରାବ୍ରିଙ୍କ ଘର ସାମ୍ନା ଦେଇ ନେଇଥିବା ବେଳେ ମା’ଙ୍କ ଆଶୀର୍ବାଦ ନେଇ ନ ଥିବାରୁ ଏବେ ଏହାକୁ ନେଇ ଆଲୋଚନା ଆରମ୍ଭ ହୋଇଛି । ସେ ଛାତ୍ର ଜନଶକ୍ତି ପରିଷଦ ପକ୍ଷରୁ ଗାନ୍ଧୀ ମଇଦାନ ସ୍ଥିତ ଜେପି ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପୁଣି ଜେପିଙ୍କ କଦମ କୁଆଁ ସ୍ଥିତ ଘର ପର୍ଯ୍ୟନ୍ତ ଖାଲି ପାଦରେ ଚାଲି ଚାଲି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri