Posted inଜାତୀୟ

ୟେମେନ-ଓମାନ ମୁହାଁ ସାମୁଦ୍ରିକ ଝଡ଼ ‘ତେଜ’ , ଅକ୍ଟୋବର ୨୫ରେ ଲ୍ୟାଣ୍ଡଫଲ ପୂର୍ବାନୁମାନ, ଭିଡ଼ିଓରେ ଭୟଙ୍କର ରୂପ..

ନୂଆଦିଲ୍ଲୀ,୨୧।୧୦ : ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର କହିଛି ଦକ୍ଷିଣ ପଶ୍ଚିମ ଆରବ ସାଗରରେ ଘୂର୍ଣ୍ଣିବଳୟ ‘ତେଜ’ ତୀବ୍ର ହୋଇଛି ଏବଂ ବର୍ତ୍ତମାନ ୟେମେନର ସୋକୋଟ୍ରା ଉପରେ କେନ୍ଦ୍ରିତ ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।

ଆଇଏମଡି ପୂର୍ବରୁ ଟୁଇଟରରେ ଏକ ପୋଷ୍ଟରେ କହିଥିଲା, ଦକ୍ଷିଣ ପଶ୍ଚିମ ଆରବ ସାଗରରେ ଭୟଙ୍କର ସାଇକ୍ଲୋନିକ ଝଡ ‘ତେଜ’ ତୀବ୍ର ହୋଇଛି! ରବିବାର ସକାଳ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଏବଂ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

୨୨ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ, ତା’ପରେ ଉତ୍ତର-ପଶ୍ଚିମ ଦିଗକୁ ଏହା ଗତି କରି ୨୪ ତାରିଖ ସକାଳ ପର୍ଯ୍ୟନ୍ତ ଏଭଳି ଜାରି ରଖିବ। ଶେଷରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି ।

ୟେମେନ ଏବଂ ଓମାନ ଉପକୂଳ ମଧ୍ୟରେ ତେଜ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।

ଅକ୍ଟୋବର ୨୫ ତାରିଖ ସକାଳେ ୟେମେନର ଅଲ ଘାଇଦା ଏବଂ ଓମାନର ସାଲାଲା ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।

ଶନିବାର ସକାଳେ ଆଇଏମଡି କହିଛି ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସମୁଦ୍ର ଅବସ୍ଥା ଅଶାନ୍ତ ରହିଛି । ଅକ୍ଟୋବର ୨୧ ରୁ ୨୩ ପର୍ଯ୍ୟନ୍ତ ଏହା ଅଧିକ ଅଶାନ୍ତ ହେବାର ସମ୍ଭାବନା ରହିଛି। ପଶ୍ଚିମ ଆରବ ସାଗରରେ ସମୁଦ୍ରର ଅବସ୍ଥା ଅତି ଭୟଙ୍କର ହୋଇପାରେ। ଅକ୍ଟୋବର ୨୨ ରୁ ୨୫ପର୍ଯ୍ୟନ୍ତ ଏହା ଜାରି ରହିବ। ଅକ୍ଟୋବର ୨୪ ରୁ ୨୬ ପର୍ଯ୍ୟନ୍ତ ଓଡିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ସମୁଦ୍ରର ଅବସ୍ଥା ଅତି ଭୟଙ୍କର ହେବ ବୋଲି ପୂର୍ବାନୁମାନ କରାଯାଉଛି।

ଅକ୍ଟୋବର ୨୬ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ତଥା ଉପକୂଳରେ ପ୍ରବେଶ ନ କରିବା ପାଇଁ ଆଇଏମଡି ଏକ ପରାମର୍ଶ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri