ଆଜିଠୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ର ସମସ୍ତ ରେକ୍‌ରେ ତେଜସ୍‌ କୋଚ୍‌

ଭୁବନେଶ୍ୱର,୩୦।୮: ଅଗଷ୍ଟ ୩୦ରୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ସମସ୍ତ ରେକ୍‌ ତେଜସ୍‌ କୋଚ୍‌ ସହ ଚଳାଚଳ କରିବ। ରାଜଧାନୀ ଏକ୍ସପ୍ରେସରେ ଉନ୍ନତ ଟ୍ରେନ୍‌ ଯାତ୍ରା ଅଭିଜ୍ଞତା ପାଇଁ ଆଧୁନିକ ସୁବିଧା ଯୋଗାଇ ଦିଆଯାଇଛି। ଗତ ୧୯ତାରିଖରୁ ରାଜଧାନୀ ଏକ୍ସପ୍ରେସରେ ତେଜସ୍‌ର କିଛି କୋଚ୍‌ ଲାଗି ଭୁବନେଶ୍ୱର ରେଳ ଷ୍ଟେଶନରୁ ସମ୍ବଲପୁର ମାର୍ଗ ଦେଇ ନିୟମିତ ଚଳାଚଳ କରୁଥିବାବେଳେ ବୁଧବାରଠାରୁ ସମସ୍ତ ରେକ୍‌ ତେଜସ୍‌ କୋଚ୍‌ ସହ ଚଳାଚଳ କରିବ ବୋଲି ସୂଚନା ଦିଆଯାଇଛି।
କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ୧୪ତାରିଖରେ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସକୁ ଭୁବନେଶ୍ୱର ରେଳ ଷ୍ଟେଶନଠାରୁ ତେଜସ୍‌ କୋଚ ସହ ଚଳାଚଳକୁ ସବୁଜ ପତାକା ପ୍ରଦର୍ଶନ କରାଇ ଶୁଭାରମ୍ଭ କରିଥିଲେ। ବୁଧବାର ଏବଂ ରବିବାର ଭୁବନେଶ୍ୱରରୁ ଏବଂ ସୋମବାର ଓ ଶୁକ୍ରବାର ନୂଆଦିଲ୍ଲୀରୁ ଛାଡୁଥିବା ୨୨୮୧୧/୨୨୮୧୨ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ତେଜସ୍‌ କୋଚ୍‌ ସହିତ ୩୦ ଅଗଷ୍ଟରୁ ଭୁବନେଶ୍ୱର ଠାରୁ ଏବଂ ନୂଆଦିଲ୍ଲୀରୁ ୧ ସେପ୍ଟେମ୍ବରରୁ ଚଳାଚଳ କରିବ।
ସେହିଭଳି ସୋମବାର, ମଙ୍ଗଳବାର, ଗୁରୁବାର ଏବଂ ଶୁକ୍ରବାର ଭୁବନେଶ୍ୱରରୁ ଛାଡୁଥିବା ଏବଂ ମଙ୍ଗଳବାର, ବୁଧବାର, ଗୁରୁବାର ଏବଂ ରବିବାର ନୂଆଦିଲ୍ଲୀରୁ ଛାଡୁଥିବା ୨୨୮୨୩/୨୨୮୨୪ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ତେଜସ୍‌ କୋଚ୍‌ ସହିତ ଉଭୟ ପାର୍ଶ୍ୱରୁ ୩୧ଅଗଷ୍ଟଠାରୁ ଚଳାଚଳ କରିବ।
ବର୍ତ୍ତମାନ ଭୁବନେଶ୍ୱରରୁ ସମସ୍ତ ରାଜଧାନୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ତେଜସ୍‌ ରାଜଧାନୀ ଏକ୍ସପ୍ରେସ ଭାବେ ଚଳାଚଳ କରିବ। ତେଜସ୍‌ କୋଚ୍‌ଗୁଡ଼ିକରେ ଇଲେକ୍ଟ୍ରୋ-ନିଓମାଟିକ ସହାୟକ ହୋଇଥିବା ବ୍ରେକ୍‌ ଆଦି ସୁବିଧା ରହିଛି। ଏହା ଯାତ୍ରୀମାନଙ୍କୁ ଉନ୍ନତମାନର ଯାତ୍ରା ଉପଲବ୍ଧି ପ୍ରଦାନ କରାଇବାବେ ବିଶେଷ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?