Posted inଜାତୀୟ

ମୋଦିଙ୍କ ବିରୋଧରେ କିଛି ବି ଓଲଟା ସିଧା କୁହନ୍ତୁ ନାହିଁ: ତେଜସ୍ୱୀ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି । ଏକ୍‌ଜିଟ୍ ପୋଲ୍ ଅନୁଯାୟୀ ଏଥର ମହାମେଣ୍ଟର ନେତା ତଥା ଆର୍‌ଜେଡି ନେତା ତେଜସ୍ୱୀ ଯାଦବଙ୍କୁ ଲୋକେ ମୁଖ୍ୟମନ୍ତ୍ରୀ ଆସନରେ ଦେଖିବାକୁ ଚାହୁଁଛନ୍ତି । ସେପଟେ ଏନ୍‌ଡିଏ ଦାବି କରୁଛି ଯେ ବହୁମତ ବ୍ୟବଧାନରେ ସେ ଗଢିବ ସରକାର । ଏହା ଅବଶ୍ୟ କିଛି ସମୟ ପରେ ସ୍ପଷ୍ଟ ହୋଇଯିବ । ହେଲେ ଫଳାଫଳ ଆସିବାର କିଛି ସମୟ ପୂର୍ବରୁ ତେଜସ୍ୱୀ ତାଙ୍କ ଦଳୀୟ ନେତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କୌଣସି ଓଲଟା ସିଧା କଥା ନ କହିବାକୁ ଅନୁରୋଧ କରିଛନ୍ତି । ସେ କହିଛନ୍ତି ଦେଖାଯାଇଛି କି କେତେଜଣ ନେତା କ୍ୟାମେରା ସାମ୍ନାରେ ମୋଦିଙ୍କ ବିରୋଧରେ ଏଣୁତେଣୁ କଥା କହୁଛନ୍ତି ଯାହା ଆଦୌ ଠିକ୍ ନୁହେଁ । ଯଦି ଏମିତି କିଛି ଘଟଣା ନଜର ଆସିଲା ତେବେ ଉକ୍ତ ନେତାଙ୍କ ବିରୋଧରେ କଡା କର୍ଯ୍ୟାନୁଷ୍ଠାନ ନିଆଯାଇପାରେ । ସୂଚନାଯୋଗ୍ୟ, ମଙ୍ଗଳବାର ଭୋଟ ଗଣତି ପୂର୍ବରୁ ଆର୍‌ଜେଡିର ଅଧିକାଂଶ ନେତା ତେଜସ୍ୱୀଙ୍କ ଘରକୁ ଆସିଥିବା ବେଳେ ତେଜସ୍ୱୀ ସେମାନଙ୍କୁ ଏହି ସୂଚନା ଦେଇଛନ୍ତି । ମତଦାନ ପୂର୍ବରୁ ନିର୍ବାଚନ ରାଲିରେ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରେ ଯେମିତି ଭାବେ ବର୍ଷୁ ଥିଲେ ଏକ୍‌ଜିଟ୍ ପୋଲ୍‌ରେ ଆର୍‌ଜେଡି ଭଲ ପ୍ରଦର୍ଶନ କରିବା ଜଣାପଡିବା ପରେ ତେଜସ୍ୱୀ ଜଣେ ପରିପକ୍ୱ ନେତା ଭାବେ କଥା କହୁଥିବା ଦେଖାଯାଇଛି । ତେଣୁ ସେ କହିଛନ୍ତି ଫଳାଫଳ ଯାହା ବି ହେଉନା କାହିଁକି ମୋଦିଙ୍କ ବିରୋଧରେ କେହି ଅପଶବ୍ଦ ବ୍ୟବହାର କରିପାରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri