Posted inଜାତୀୟ

ମାର୍ଚ୍ଚ ୨୫ରେ ସିବିଆଇରେ ହାଜର ହେବାକୁ ତେଜସ୍ବୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୩: ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଆରଜେଡି ନେତା ତଥା ବିବାହର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମଧ୍ୟ କୌଣସି ଆଶ୍ୱସ୍ତି ମିଳିନାହିଁ। ମାର୍ଚ୍ଚ ୨୫ରେ ତେଜସ୍ବୀଙ୍କୁ ସିବିଆଇ ସମ୍ମୁଖରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସିବିଆଇ କୋର୍ଟରେ କହିଛି ଯେ, ମାର୍ଚ୍ଚରେ ତେଜସ୍ବୀଙ୍କୁ ଗିରଫ କରାଯିବ ନାହିଁ।
ଜମି ବଦଳରେ ଚାକିରି ଦେବା ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ସିବିଆଇ ତେଜସ୍ବୀଙ୍କୁ ସମନ ଜାରି କରିଛି। ସିବିଆଇ ସମନ ଉପରେ ରୋକ ଲଗାଇବାକୁ ସେ ଦିଲ୍ଲୀ ହାଇକୋର୍ଟ ଯାଇଥିଲେ ତେଜସ୍ବୀ।
ଏହି ସ୍କାମ ମାମଲାରେ ଚଳିତ ମାସରେ ତେଜସ୍ବୀ ଯାଦବଙ୍କୁ ପଚରାଉଚରା ପାଇଁ ସିବିଆଇ ନୋଟିସ ଦେଇଥିଲା। ମାର୍ଚ୍ଚ ୧୪ରେ ତୃତୀୟ ଥର ପାଇଁ ସିବିଆଇର ପଚରାଉଚରାକୁ ଆସିନାହାଁନ୍ତି। ଏହାପୂର୍ବରୁ ମାର୍ଚ୍ଚ ୪ ଏବଂ ମାର୍ଚ୍ଚ ୧୧ରେ ତେଜସ୍ବୀ ପଚରାଉଚରା ପାଇଁ ଅଧିକାରୀଙ୍କ ନିକଟରେ ହାଜର ହୋଇ ନ ଥିଲେ, ଯାହା ପରେ ତାଙ୍କୁ ମାର୍ଚ୍ଚ ୧୪ ରେ ଡକାଯାଇଥିଲା। ସିବିଆଇର ସମନ ପାଇବା ପରେ ତେଜସୱୀ ଯାଦବ ଦିଲ୍ଲୀ ସିବିଆଇ କାର୍ଯ୍ୟାଳୟରେ ପଚରାଉଚରା ନ କରିବାକୁ ଅନୁରୋଧ କରିଥିଲେ। ସେ କହିଥିଲେ, ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲିଛି, ତେଣୁ ତାଙ୍କୁ ଏପ୍ରିଲ ୫ ପରେ ଡକାଯିବା ଉଚିତ୍‌।
ଏହାପୂର୍ବରୁ ଦିଲ୍ଲୀର ସ୍ପେଶାଲ ରାଉସ ଆଭେନ୍ୟୁ କୋର୍ଟ ଆରଜେଡି ନେତା ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ସ୍ତ୍ରୀ ରାବ୍ରି ଦେବୀ ଏବଂ ଝିଅ ମିସା ଭାରତୀଙ୍କୁ ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଜାମିନ ପ୍ରଦାନ କରିଥିଲେ। ମାର୍ଚ୍ଚ ୨୯ରେ ଅଧିକ ଶୁଣାଣି ପାଇଁ କୋର୍ଟ ଏହି ମାମଲା ତାଲିକାଭୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri