Posted inଜାତୀୟ

ତେଜସ୍ବୀଙ୍କୁ ଆଶ୍ୱସ୍ତି, କରିବେ ବିଦେଶ ଯାତ୍ରା

ପାଟନା,୧୬।୧୦: ଜମି ବଦଳରେ ଚାକିରି ଦେବା ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର କୋର୍ଟରୁ ଆଉ ଏକ ଆଶ୍ୱସ୍ତି ପାଇଛନ୍ତି। କୋର୍ଟ ତେଜସ୍ବୀଙ୍କୁ ବିଦେଶ ଯିବାକୁ ଅନୁମତି ଦେଇଛନ୍ତି।

ସୂଚନାଯୋଗ୍ୟ, ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ପୁଅ ତଥା ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏକ ସରକାରୀ ଗସ୍ତରେ ଅକ୍ଟୋବର ୨୪ରୁ ନଭେମ୍ବର ୧ପର୍ଯ୍ୟନ୍ତ ଜାପାନ ଯିବାକୁ ଦିଲ୍ଲୀର ରୌଜ୍‌ ଏଭେନ୍ୟୁ କୋର୍ଟରୁ ଅନୁମତି ମାଗିଥିଲେ।

ଏହାପୂର୍ବରୁ ସୋମବାର ଲାଲୁଙ୍କ ପରିବାର ଜମି ବଦଳରେ ଚାକିରି ଦେବା ମାମଲାରେ କୋର୍ଟରେ ଶୁଣାଣି ସମୟରେ ଦୁଇଟି ବଡ଼ ଆଶ୍ୱସ୍ତି ପାଇଥିଲେ। ପ୍ରଥମଟି ଲାଲୁ ଯାଦବ ପରିବାରକୁ ଶୁଣାଣି ପାଇଁ କୋର୍ଟରେ ହାଜର ହେବାକୁ ପଡ଼ିବ ନାହିଁ। ସେହିପରି ଦ୍ୱିତୀୟଟି ହେଉଛି କୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୨ ତାରିଖ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri