Posted inଜାତୀୟ

ପ୍ରଶାନ୍ତଙ୍କୁ ଟାର୍ଗେଟ କଲେ ତେଜସ୍ୱୀ

ପାଟନା,୮ ।୫: ଗତ ୩୦ ବର୍ଷ ହେବ ବିହାରରେ କୌଣସି ବିକାଶ ହୋଇନାହିଁ । ଏମିତି ଏକ ବୟାନ ଦେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର । ଆଉ ଏବେ ଏହି ବୟାନର ଜବାବ ରଖିଛନ୍ତି ଆର୍‌ଜେଡି ନେତା ତଥା ଲାଲୁ ପସାଦ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବ । ପ୍ରଶାନ୍ତ କିଏ ବୋଲି ଏବେ ପ୍ରଶ୍ନ କରିଛନ୍ତି ତେଜସ୍ୱୀ । ଗଣମାଧ୍ୟମ ସହ କଥା ହୋଇ ତେଜସ୍ୱୀ କହିଛନ୍ତି ପ୍ରଶାନ୍ତ କିଶୋର ଦେଇଥିବା ବୟାନର କୌଣସି ମହତ୍ୱ ନାହିଁ । ଏହାସହ ତାଙ୍କ ଠିକଣା ବା ସେ କିଏ ସେ ସମ୍ପର୍କରେ ମୋ ପାଖରେ କୌଣସି ସୂଚନା ନାହିଁ ।
ତେବେ ସିଏଏ-ଏନ୍‌ଆର୍‌ସିକୁ ନେଇ ତେଚସ୍ୱୀ କହିଛନ୍ତି ଆମେ ଏହାକୁ ନେଇ ସମ୍ପୂର୍ଣ୍ଣ କ୍ଲିୟର ଅଛୁ । ଆମେ ଏହାର ବିରୋଧ କରିଛୁ ଆଗକୁ ବି ଏହାର ବିରୋଧ କରିବୁ । ସେ ଆହୁରି ମଧ୍ୟ କହିଛନ୍ତି, ମୋତେ ଲାଗୁଛି ଏହା ଏବେ ବିହାରରେ ଲାଗୁ ହୋଇ ପାରିବ ନାହିଁ ।
ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ବିହାରର ରାଜଧାନୀ ପାଟନାରେ ଏକ ପ୍ରେସ କନଫରେନ୍ସରେ ପ୍ରଶାନ୍ତ କିଶୋର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ କରି କହିଥିଲେ ଏମାନେ ବିହାରରେ ବିକାଶ କରିପାରି ନାହାନ୍ତି । ଲାଲୁଙ୍କର ୧୫ ବର୍ଷ ଓ ନୀତୀଶଙ୍କର ୧୭ ବର୍ଷର ଶାସନ ମଧ୍ୟରେ ଏମାନେ ବିହାରର କୌଣସି ବିକାଶ କରି ନାହାନ୍ତି ବୋଲି ପ୍ରଶାନ୍ତ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri