Posted inଜାତୀୟ

SHG ମହିଳାଙ୍କୁ ସରକାରୀ ଚାକିରି, ୩୦,୦୦୦ ଟଙ୍କା ଦରମା ଦେବାକୁ ତେଜସ୍ୱୀଙ୍କ ଘୋଷଣା

ପାଟନା,୨୨।୧୦: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବ ବିହାରରେ ଏକ ବଡ଼ ନିର୍ବାଚନ ପ୍ରତିଶ୍ରୁତି ଦେଇଛନ୍ତି। ସେ କହିଛନ୍ତି ଯେ ସ୍ୱୟଂ ସହାୟକ ଗୋଷ୍ଠୀରେ କାମ କରୁଥିବା ମହିଳା, ଯେଉଁମାନେ ‘ଜୀବିକା ଦିଦି’ ଭାବରେ ଜଣାଶୁଣା, ସେମାନଙ୍କୁ ସ୍ଥାୟୀ ସରକାରୀ ଚାକିରି ଦିଆଯିବ। ସେମାନଙ୍କର ମାସିକ ଦରମା ବୃଦ୍ଧି କରାଯାଇ ୩୦,୦୦୦ ଟଙ୍କା କରାଯିବ। ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ତେଜସ୍ୱୀ ଏହି ଘୋଷଣା କରିଛନ୍ତି। ଏହା ଜୀବିକା ଦିଦିମାନଙ୍କର ଦୀର୍ଘ ଦିନର ଦାବି ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ, ମହାଗଠବନ୍ଧନ (RJD, କଂଗ୍ରେସ, ବାମ ଦଳ ଓ ଭିଆଇପି) ମଧ୍ୟରେ ସିଟ୍ ବୁଝାମଣାକୁ ନେଇ ଦେଖାଦେଇଥିବା ସମସ୍ୟାକୁ ସମାଧାନ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ପାଟନା ପହଞ୍ଚିଛନ୍ତି। ସେ ତେଜସ୍ୱୀ ଯାଦବଙ୍କୁ ଭେଟି ଦୁଇ ଦଳ ମଧ୍ୟରେ ଥିବା ମତଭେଦକୁ ଦୂର କରିବେ। ମିଳିତ ଭାବେ ଏକତା ବାର୍ତ୍ତା ଦେବା ସହ କଂଗ୍ରେସ ତେଜସ୍ୱୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ସମର୍ଥନ କରିପାରେ ବୋଲି ସୂଚନା ରହିଛି। ବିହାରରେ ନଭେମ୍ବର ୬ ଏବଂ ୧୧ ତାରିଖରେ ଭୋଟ୍ ଗ୍ରହଣ ହେବ ଓ ଫଳାଫଳ ନଭେମ୍ବର ୧୪ରେ ପ୍ରକାଶ ପାଇବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri