Posted inଜାତୀୟ

SHG ମହିଳାଙ୍କୁ ସରକାରୀ ଚାକିରି, ୩୦,୦୦୦ ଟଙ୍କା ଦରମା ଦେବାକୁ ତେଜସ୍ୱୀଙ୍କ ଘୋଷଣା

ପାଟନା,୨୨।୧୦: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବ ବିହାରରେ ଏକ ବଡ଼ ନିର୍ବାଚନ ପ୍ରତିଶ୍ରୁତି ଦେଇଛନ୍ତି। ସେ କହିଛନ୍ତି ଯେ ସ୍ୱୟଂ ସହାୟକ ଗୋଷ୍ଠୀରେ କାମ କରୁଥିବା ମହିଳା, ଯେଉଁମାନେ ‘ଜୀବିକା ଦିଦି’ ଭାବରେ ଜଣାଶୁଣା, ସେମାନଙ୍କୁ ସ୍ଥାୟୀ ସରକାରୀ ଚାକିରି ଦିଆଯିବ। ସେମାନଙ୍କର ମାସିକ ଦରମା ବୃଦ୍ଧି କରାଯାଇ ୩୦,୦୦୦ ଟଙ୍କା କରାଯିବ। ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ତେଜସ୍ୱୀ ଏହି ଘୋଷଣା କରିଛନ୍ତି। ଏହା ଜୀବିକା ଦିଦିମାନଙ୍କର ଦୀର୍ଘ ଦିନର ଦାବି ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ, ମହାଗଠବନ୍ଧନ (RJD, କଂଗ୍ରେସ, ବାମ ଦଳ ଓ ଭିଆଇପି) ମଧ୍ୟରେ ସିଟ୍ ବୁଝାମଣାକୁ ନେଇ ଦେଖାଦେଇଥିବା ସମସ୍ୟାକୁ ସମାଧାନ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ପାଟନା ପହଞ୍ଚିଛନ୍ତି। ସେ ତେଜସ୍ୱୀ ଯାଦବଙ୍କୁ ଭେଟି ଦୁଇ ଦଳ ମଧ୍ୟରେ ଥିବା ମତଭେଦକୁ ଦୂର କରିବେ। ମିଳିତ ଭାବେ ଏକତା ବାର୍ତ୍ତା ଦେବା ସହ କଂଗ୍ରେସ ତେଜସ୍ୱୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ସମର୍ଥନ କରିପାରେ ବୋଲି ସୂଚନା ରହିଛି। ବିହାରରେ ନଭେମ୍ବର ୬ ଏବଂ ୧୧ ତାରିଖରେ ଭୋଟ୍ ଗ୍ରହଣ ହେବ ଓ ଫଳାଫଳ ନଭେମ୍ବର ୧୪ରେ ପ୍ରକାଶ ପାଇବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri