Posted inଜାତୀୟ

ନୀତୀଶଙ୍କ ଆଶୀର୍ବାଦ ତେଜସ୍ବୀ ଭବଃ

ପାଟନା,୧୦।୮: ଜେଡିୟୁ ନେତା ନୀତୀଶ କୁମାର ବୁଧବାର ୮ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିପରି ଆରଜେଡି ନେତା ତଥା ଲାଲୁ ପ୍ରସାଦ ଯାଦବଙ୍କ ସୁପୁତ୍ର ତେଜସ୍ବୀ ଯାଦବ ମଧ୍ୟ ଦ୍ୱିତୀୟ ଥର ପାଇଁ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଫଗୁ ଚୌହାନ ରାଜଭବନରେ ୨ଜଣ ନେତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ରାବ୍ରୀ ଦେବୀ, ତେଜପ୍ରତାପ ଯାଦବ ଓ ତେଜସ୍ବୀଙ୍କ ସ୍ତ୍ରୀ ରାଜଶ୍ରୀ ମଧ୍ୟ ସାମିଲ ହୋଇଥିଲେ। ତେବେ ଶପଥ ନେବା ପରେ ତେଜସ୍ବୀ ନୀତୀଶଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିବା ଦେଖିବାକୁ ମିଳିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ୨୨ବର୍ଷରେ ଏହା ହେଉଛି ୮ମ ଥର ଯେଉଁଥିରେ ନୀତୀଶ କୁମାର ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୦୦ରେ ସେ ପ୍ରଥମ ୭ଦିନ ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପୂର୍ବରୁ ମଧ୍ୟ ନୀତୀଶ ମୁଖ୍ୟମନ୍ତ୍ରୀ ଓ ତେଜସ୍ବୀ ଉପମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ୨୦୧୭ରେ ନୀତୀଶ ମହାମେଣ୍ଟ ଛାଡ଼ି ଏନ୍‌ଡିଏରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?